ଖୋଲିବ ୭୦୦ ନୂଆ ଆଧାର ସେବା କେନ୍ଦ୍ର

ନୂଆଦିଲ୍ଲୀ,୩୦-୧୨: ଆଧାର ସେବା ଯୋଗାଣକୁ ତ୍ୱରାନ୍ବିତ କରିବା ଲାଗି ସାରା ଦେଶରେ କମନ ସର୍ଭିସ ସେଣ୍ଟର (ସିଏସ୍‌ସି) ପକ୍ଷରୁ ୭୦୦ ନୂଆ ଆଧାର କେନ୍ଦ୍ର ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ସେଣ୍ଟରଗୁଡିକ ଆସନ୍ତା ଗୋଟିଏ ବର୍ଷ ମଧ୍ୟରେ ଖୋଲିବ। ଆଧାର ସମ୍ପର୍କିତ ବିଭିନ୍ନ ସେବା ଯୋଗାଣ ଲକ୍ଷ୍ୟରେ ଏଭଳି ପଦକ୍ଷେପ ନିଆଯାଉଥିବା ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଏହି ସେଣ୍ଟରଗୁଡିକ ଖୋଲିବା ଲାଗି ୟୁନିକ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍‌ ଇଣ୍ଡିଆ(ୟୁଆଇଡିଏଆଇ) ସବୁଜ ସଙ୍କେତ ଦେଇଥିବା ସିଏସ୍‌ସି ଇ-ଗଭର୍ନାସ ସର୍ଭିସର ସିଇଓ ଦିନେଶ ତ୍ୟାଗୀ କହିଛନ୍ତି। ବର୍ତ୍ତମାନ ସିଏସ୍‌ସି ନେଟଓ୍ବର୍କରେ ୩.୬ ଲକ୍ଷ ସେଣ୍ଟର ରହିଛି। ଆଧାର ସେବାକୁ ସିଏସ୍‌ସିର ଅଧିକୃତ କାର୍ଯ୍ୟାଳୟଗୁଡିକରେ ପ୍ରଦାନ କରିବା ଲାଗି ଯୋଜନା ରହିଛି। ନିରାପତ୍ତା ଦୃଷ୍ଟିକୋଣରୁ ସବୁ ସେଣ୍ଟରରେ ଏହି ସେବା ନ ଯୋଗାଇବାକୁ କୁହାଯାଇଛି। ପ୍ରତି ରାଜ୍ୟରେ ସିଏସ୍‌ସି କାର୍ଯ୍ୟାଳୟ ଥିବା ବେଳେ ଜିଲା ସ୍ତରରେ ଏହାକୁ ଖୋଲାଯାଉଛି। ସର୍ବୋଚ୍ଚ ନିରାପତ୍ତା ଦୃଷ୍ଟିକୋଣରୁ ନୂଆ ସେଣ୍ଟରଗୁଡିକ କାମ କରିବ। ସୂଚନାଯୋଗ୍ୟ ଗ୍ରାମାଞ୍ଚଳରେ ଥିବା କିଓକ୍ସଗୁଡିକରେ ଆଧାର ସେବା ବନ୍ଦ ହେବା ଯୋଗୁ ଏହା ଦ୍ୱାରା ଲୋକମାନେ ବିଭିନ୍ନ ଅସୁବିଧା ଭୋଗୁଛନ୍ତି। ଏହି ସେବା ଚାଲୁ ରଖିବା ଲାଗି ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଆଇଟି ମନ୍ତ୍ରୀ ରବି ଶଙ୍କର ପ୍ରଶାଦଙ୍କୁ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri