ଖୋଲିଲା ଧାର୍ମିକସ୍ଥଳ: ନୀତିକାନ୍ତୀ ସମ୍ପନ୍ନ ପରେ ଦର୍ଶନ କଲେ ଭକ୍ତ

ସୋନପୁର,୮।୧: ୯ ମାସର ବ୍ୟବଧାନ ପରେ ସୁବର୍ଣ୍ଣପୁର ଜିଲାର ଧାର୍ମିକସ୍ଥଳଗୁଡିକ ଜନସାଧାରଣଙ୍କ ଦର୍ଶନ ଓ ଉପାସନା ପାଇଁ ଶୁକ୍ରବାର ଖୋଲିଛି। ଜିଲାର ଇଷ୍ଟଦେବୀ ସୁରେଶ୍ୱରୀଙ୍କ ସମେତ ଇଷ୍ଟ ଦେବତା ସୁବର୍ଣ୍ଣମେରୁ, ରାମେଶ୍ୱର, ଗୋକର୍ଣ୍ଣେଶ୍ୱେର, ପଞ୍ଚରଥ, ପଶ୍ଚିମ ସୋମନାଥ, ବୈଦ୍ୟନାଥର କୋଶଲେଶ୍ୱର, ଚରଦା, ଗୋଧନେଶ୍ୱର, ଚମ୍ପେଶ୍ୱର ଶୈବ ପୀଠ ସମେତ, ସୋନପୁର, ବୀରମହାରାଜପୁର, ତରଭା, ବିନିକା ଜଗନ୍ନାଥ ମନ୍ଦିର, ସୋନପୁର ଦୁର୍ଗା ମନ୍ଦିର, କୋଟସମଲାଇ ସ୍ଥିତ ପାତାଳି ଶ୍ରେକ୍ଷେତ୍ର, ସମସ୍ତ ମନ୍ଦିର, ମସଜିଦ୍‌ ଓ ଗୀର୍ଜା ଶୁକ୍ରବାରଠାରୁ ଖୋଲିଛି। ନୀତିକାନ୍ତି ସମ୍ପନ୍ନ ପରେ ଶ୍ରଦ୍ଧାଳୁମାନେ ଭକ୍ତିର ସହ ପୂଜା, ଉପାସନା କରିଛନ୍ତି। ଦେବୋତ୍ତର ବିଭାଗ ପକ୍ଷରୁ ଗୁରୁବାର ଧାର୍ମିକସ୍ଥଳର ଟ୍ରଷ୍ଟି, କର୍ମକର୍ତ୍ତା, ପୂଜକ ଓ ଧାର୍ମିକ ଅନୁଷ୍ଠାନର କର୍ମକର୍ତ୍ତାଙ୍କ ସହ ଆଲୋଚନା କରାଯାଇଥିଲା। ଜିଲା ପ୍ରଶାସନ ପକ୍ଷରୁ କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ପ୍ରସ୍ତୁତ ଏସ୍‌ଓପି(ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର) ପାଳନ କରି ଧାର୍ମିକସ୍ଥଳଗୁଡିକୁ ଖୋଲିବାକୁ ଅନୁମତି ଦିଆଯାଇଛି। ସପ୍ତାହର ଗୋଟିଏ ଦିନ ମନ୍ଦିର, ମସ୍‌ଜିଦ୍‌, ଗୁରୁଦ୍ୱାର ଓ ଚର୍ଚ୍ଚଆଦିକୁ ବନ୍ଦ କରି ପରିସରକୁ ସାନିଟାଇଜ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?