ଖୋଲିଲା ପଞ୍ଚାୟତସ୍ତରୀୟ ଟିଏମ୍‌ସି ସେଣ୍ଟର

ରସାଳପୁର,୩୧।୩(ଡି.ଏନ୍‌.ଏ.)-ମହାମାରୀ କରୋନାକୁ ନେଇ ଏବେ ସାରା ବିଶ୍ୱ ଆତଙ୍କିତ। ଏଭଳି ପରିସ୍ଥିତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଉଦ୍ୟମ ଜାରି ରଖିବା ସହିତ ସମାଜରେ ତୃଣମୂଳସ୍ତରରେ ଲୋକମାନେ ଯେଭଳି କମ୍‌ କ୍ଷତିଗ୍ରସ୍ତ ହେବେ ସେଥିପ୍ରତି ବିଶେଷ ଦୃଷ୍ଟି ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ବ୍ଲକ ଅଧିକାରୀ, ପଞ୍ଚାୟତସ୍ତରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ପରେ ସଦର ବ୍ଲକ ଅନ୍ତର୍ଗତ ଗେଙ୍ଗୁଟି, ଖାନନଗର, ପଦ୍ମପୁର, ସାରଗାଁ ପଞ୍ଚାୟତରେ ୧୦ଟି ଶଯ୍ୟା ବିଶିଷ୍ଟ ଟିଏମସି ସେଣ୍ଟର(ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର) ଖୋଲାଯାଇଛି। ପଞ୍ଚାୟତର ସରପଞ୍ଚଙ୍କ ତତ୍ତ୍ୱାବଧାନରେ ଗେଙ୍ଗୁଟିରେ ଥିବା ବାତ୍ୟାଆଶ୍ରୟସ୍ଥଳୀ, ଖାନନଗରରେ ନୀଳକଣ୍ଠେଶ୍ୱର ମହାବିଦ୍ୟାଳୟ, ପଦ୍ମପୁର ବାତ୍ୟା ଆଶ୍ରୟସ୍ଥଳୀ, ସାରଗାଁ ପଞ୍ଚାୟତରେ ଥିବା ହାଇସ୍କୁଲରେ ଉକ୍ତ କେନ୍ଦ୍ର ଖୋଲାଯାଇଛି। ନୋଡାଲ ଅଫିସର ଭାବେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରମେଶ ଚନ୍ଦ୍ର ସାହୁ ନିୟୋଜିତ ହୋଇଥିବାବେଳେ ସେ ସମସ୍ତ କେନ୍ଦ୍ର ବୁଲି ତଦାରଖ କରୁଥିବା ଦେଖିବାକୁ ମିଳିଛି। ଯଦି କୌଣସି ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ସନ୍ଦେହ ହୁଏ ତେବେ ତାଙ୍କୁ ତୁରନ୍ତ ଉକ୍ତ କେନ୍ଦ୍ରକୁ ଆଣି ଆଶୁ ଚିକିତ୍ସା କରାଯିବ ବୋଲି ନୋଡାଲ ଅଫିସର ଓ ସରପଞ୍ଚ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri