Posted inଜାତୀୟ

ଖୋଲିଲା ବଦ୍ରିନାଥ ମନ୍ଦିର, ଭକ୍ତଙ୍କୁ ମିଳିଲାନି ଅନୁମତି

ଚାମୋଲି,୧୫।୫: ଦୀର୍ଘଦିନ ପରେ ଶୁକ୍ରବାର ଭୋର ପ୍ରାୟ ୪ଟା ୩୦ରେ ଖୋଲିଛି ବଦ୍ରିନାଥ ମନ୍ଦିର। ପ୍ରଥମେ ଶୀତଦିନିଆ ତୁଷାରପାତ ଓ ଏହାପରେ କରୋନା ସଂକ୍ରମଣ ଯୋଗୁ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ଯୋଗୁ ବନ୍ଦ ଥିଲା ମନ୍ଦିର। ଏବେ ଏହା ଖୋଲିଥିଲେ ମଧ୍ୟ କରୋନା ସଂକ୍ରମଣ ପାଇଁ ଭକ୍ତମାନଙ୍କୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳିନାହିଁ। ଶୁକ୍ରବାର କେବଳ ୨୮ ଜଣ ମନ୍ଦିର ଯାଇଥିବା ବେଳେ ଏମାନଙ୍କ ମଧ୍ୟରେ ସାମିଲ ଥିଲେ ମନ୍ଦିରର ମୁଖ୍ୟ ପୂଜକ। ଶୁକ୍ରବାର ମନ୍ଦିରକୁ ଫୁଲରେ ଖୁବ୍‌ ସୁନ୍ଦର ଭାବେ ସଜାଯାଇଥିବା ଦେଖିବାକୁ ମିଳିଥିଲା। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଠାରେ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ବଦଳିବ ଓ୍ବେଷ୍ଟ୍‌ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍‌, ସୂଚନା ଦେଇ କହିଲେ…

କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ…

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?