ଗଁ। ବାସୀକୁ ଘାରୁଛେ ମ୍ୟାଲେରିଆ ଭଏ

ଲୋଇସିଂହା,୯।୭(ଡି.ଏନ.ଏ.):
ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କର୍ଲିପାଟ ଗଁା ଖୁଲି ଅଲପ ବରଷାରେ ବି କାଦୋ ହେଇଯାଉଛେ। ଏନ୍‌ତାଥି ଗଁାବାସୀ ଯିବାଆଏବାରେ ବଡ଼ଭାରି ଅସବିଧାର ସାମନା କରୁଛନ୍‌। ସମସିଆର ସମାଧାନ ଦିଗେ ପଁଚେତ୍‌ କତୁରପକ୍ଷ ପଦକ୍ଷେପ ନାଇଁ ନେବାର ଲାଗି ଗଁ। ବାସୀକର ଭିତରେ ଅସନ୍‌ତୋଷ ଭାବ୍‌ ବଢ଼ତେଲ ଯାଉଛେ।
ସୂଚନା ଅନ୍‌ସାରେ ଲୋଇସିଂହା ବ୍ଲକ ସଦର ପଁଚେତ୍‌ ଅଧୀନ କର୍ଲିପାଟ ଗଁା। ଗଁାଟା କିଡ଼୍‌ନୀ ପରଭାବିତ ଗଁା ହିସାବେ ବି ଜନାଶୁନା। ଏଭେ ସୁଆସ୍‌ତିଅ ବିଭାଗ ତରଫୁ ଗଁାରେ ଶିବିର କରି କିଡ଼୍‌ନୀ ରୁଗୀକର ଦିହିପା ପରୀକ୍ଷା କରାଯାଇଥିଲା। ସେ ସମିଆରେ ଡାକ୍‌ତରି ଦଲ ଗଁାର କାଦୋ ପଚ୍‌ପଚ୍‌ ରାସ୍‌ତା ଦେଖି ଅସନ୍‌ତୋଷ ପରକାଶ କରିଥିଲେ। ଗଁାବାସୀକୁ ବେଭାର କରୁଥିବାର ନଲ୍‌ଚୁଅଁାର ଚାର୍‌ହିକୁତି ଆର ଗଁା ପରିବେଶକେ ସଫ୍‌ସୁତର ରଖ୍‌ବାକେ ଡାକ୍‌ତରି ଦଲ ପରାମଶ ଦେଇଥିଲେ। ଏହେଦେ ବରଷା ଲାଗି ଗଁା ଖୁଲି କାଦୋ ହେଇଯାଇଛେ। ମଶା, ମାଛିକର ବଉଁଶ ବୁରଧି ପାଇଛେ। ଯେନଥିରଲାଗି ଗଁାବାସୀକୁ ମ୍ୟାଲେରିଆ ହେବାର ଭଏ ଘାରୁଛେ। ଇ ବାବ୍‌ଦେ ଗଁାବାସୀ ଥାନୀୟ ସରପଁଚ୍‌କୁଁ ଗଁା ପରିବେଶର ସାଫ୍‌ସଫେଇ ଲାଗି ଗୁହାରି କରିଥିଲେ। ହେଲେ ପଁଚେତ୍‌ କତୁରପକ୍ଷ ଗଁାବାସୀକର କଥାକେ ଗୁରୁତ୍‌ ନାଇଁ ଦେବାର ଲାଗି ଗଁା ସଭାପତି ତରଣୀ ପଧାନ ଆର ଗଁାବାସୀ ଅସନ୍‌ତୋଷ ପରକାଶ କରିଛନ୍‌। ଇ ଦିଗେ ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ପଦକ୍ଷେପ ନେବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri