ଗଁ। ରେ ପଶି ଜୀବନ ନେଲା ହାତୀ

କଣିହାଁ,୨୯।୧୨(ଡି.ଏନ.ଏ.)-ଅନୁଗୋଳ ଜିଲା ରେଙ୍ଗାଳି ଥାନା କୁଳୁମା ପଞ୍ଚାୟତ ଓଳନ୍ଦା ଗ୍ରାମରେ ଶନିବାର ସାରେ ହାତୀ ଆକ୍ରମଣରେ ନବକିଶୋର ସେଠୀଙ୍କ ମୃତ୍ୟୁ ହୋଇଛି। ଅସାଧୁ ନାୟକଙ୍କ ଚାଳ ଛପର ହାତୀ ଭାଙ୍ଗି ଦେଇଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି।
ଘଟଣାରୁ ଜଣାପଡ଼ିଛି, ଦେବଗଡ଼ ଜିଲା ବନାଞ୍ଚଳରୁ ଏକ ହାତୀପଲ ବାଟବଣା ହୋଇ ଦୀର୍ଘଦିନ ହେବ କଣିହାଁ ବନାଞ୍ଚଳରେ ରହିଛନ୍ତି। ଶନିବାର ଏକ ହାତୀ ଓଳନ୍ଦା ଗ୍ରାମରେ ପଶି ପ୍ରଥମେ ଗ୍ରାମ ମୁଣ୍ଡରେ ରହୁଥିବା ଅସାଧୁ ନାୟକଙ୍କ ଛପର ଘରକୁ ଭାଙ୍ଗିଦେଇଥିଲା। ଏହି ସମୟରେ ହାତ ଧୋଇବାକୁ ବାହାରକୁ ଆସିଥିବା ସେହି ଗ୍ରାମର ନବକିଶୋର ସେଠୀଙ୍କୁ ହାତୀ ଦଳି ମାରି ଦେଇଥିଲା। ଏ ନେଇ ରେଙ୍ଗାଳି ଫରେଷ୍ଟର ସରସ୍ବତୀ ବେହେରା କୁହନ୍ତି, ନବକିଶୋରଙ୍କ ମୃତ୍ୟୁ ହୋଇଛି। ତାଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯିବ। ଘଟଣାର ତଦନ୍ତ ଚାଲିଛି। ରେଙ୍ଗାଳି ଥାନା ଆଇଆଇସି ସରୋଜକାନ୍ତ ସାମଲ କୁହନ୍ତି, ଖବରପାଇ ଥାନା ଷ୍ଟାଫ ଘଟଣାସ୍ଥଳକୁ ଯାଇଛନ୍ତି। ଏହାର ତଦନ୍ତ କରିବି। କୁଳୁମା ସରପଞ୍ଚ ନିଶାକର ବିଶ୍ୱାଳ ବନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri