ଗଁ। ଚଳଣିରୁ ବାସନ୍ଦ ଅଭିଯୋଗ:ଗ୍ରାମ ସଭାପତିଙ୍କ ସମେତ ୫ ଗିରଫ

ବଇଣ୍ଡା,୭।୧(ଡି.ଏନ.ଏ.)

ଅନୁଗୋଳ ଜିଲା କିଶୋରନଗର ଥାନା ଚୁଡାଖାଇ ଗ୍ରାମର ଏକ ଦଳିତ ପରିବାରକୁ ବାସନ୍ଦ ଅଭିଯୋଗରେ ପୋଲିସ ସୋମବାର ୫ ଜଣଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ଗ୍ରାମ ସଭାପତି ଉପେନ୍ଦ୍ର ସାହୁ, ସମ୍ପାଦକ ସୁରେଶ କୁମାର ପ୍ରଧାନ, କୋଷାଧ୍ୟକ୍ଷ କରୁଣାକର ପ୍ରଧାନ, ଲବକିଶୋର ସାହୁ, ଶ୍ରୀନିବାସ ପ୍ରଧାନ। ପୋଲିସ କହିଛି, ଚୁଡାଖାଇ ଗ୍ରାମର ପ୍ରତିମା ମିର୍ଦ୍ଧାଙ୍କୁ ଗ୍ରାମବାସୀ ବାସନ୍ଦ କରିବା ସହ ମାନସିକ ନିର୍ଯାତନା ଦେଉଥିବା ନେଇ ଶନିବାର ପ୍ରତିମା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୨/୨୦ରେ ଏକ ମାମଲା ରୁଜୁ କରି ରବିବାର ରାତିରେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।
ପ୍ରତିମା ତାଙ୍କ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ଗ୍ରାମବାସୀ ସେହି ଗ୍ରାମର ସୁଶାନ୍ତ କୁମାର ଦାସଙ୍କ ପରିବାରକୁ କିଛିମାସ ତଳେ ବାସନ୍ଦ କରିଥିଲେ। ତାଙ୍କୁ ରାସ୍ତା, ପୋଖରୀ ଆଦି ମନା କରାଯିବା ସହ କେହି ନ ମିଶିବା ପାଇଁ ଡାକବାଜି ମାଧ୍ୟରେ ଜଣାଇ ଦିଆଯାଇଥିଲା। ହେଲେ ପ୍ରତିମାଙ୍କ ଘର ସୁଶାନ୍ତଙ୍କ ଘର ନିକଟରେ ହୋଇଥିବାରୁ ସେ ତାଙ୍କ ପରିବାର ଲୋକଙ୍କ ସହ କଥାବାର୍ତ୍ତା ହେଉଥିଲେ। ଏ ସମ୍ପର୍କରେ କେତେଜଣ ବ୍ୟକ୍ତି ଜାଣି ସୁଶାନ୍ତଙ୍କ ସହ କଥା ନ ହେବା ପାଇଁ ପରାମର୍ଶ ଦେଇଥିଲେ। ହେଲେ ପ୍ରତିମା ଏହା ନ ମାନିବାରୁ ଏକ ସପ୍ତାହ ତଳେ ତାଙ୍କୁ ମଧ୍ୟ ଗାଁରୁ ବାସନ୍ଦ କରାଯିବା ସହ ତାଙ୍କୁ ନଳକୂଅ, ପୋଖରୀ, ରାସ୍ତା ଆଦି ବାରଣ କରାଯାଇଛି। ଶନିବାର ଗ୍ରାମଦେବୀଙ୍କ ବାର୍ଷିକ ପୂଜା ହେଉଥିବା ଯୋଗୁ ସେ ତାଙ୍କ ଚାନ୍ଦା ଗ୍ରାମ ସଭାପତିଙ୍କୁ ଦେଇଥିଲେ ମଧ୍ୟ ତାହା ଗ୍ରହଣ କରା ନ ଯିବା ସହ ଗାଳିଗୁଲଜ କରାଯାଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ଅନୁଗୋଳ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଆଠମଲ୍ଲିକ ଏସ୍‌ଡିପିଓ ଭବାନୀ ଶଙ୍କର ଉଦଗାତା, କିଶୋରନଗର ଆଇଆଇସି ପ୍ରତିଭା ମାଝି, କିଆକଟା ଆଇଆଇସି ଓନାମ ଲାକରା, ଆଠମଲ୍ଲିକ ଆଇଆଇସି ପ୍ରିୟବ୍ରତ ଦାସଙ୍କ ସହ ଏକ ଟିମ ରବିବାର ରାତିରେ ଚୁଡାଖାଇ ଗ୍ରାମରେ ଚଢାଉ କରି ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri