Posted inଜାତୀୟ

ଗଗନୟାନ ମିଶନ: ବ୍ୟୋମମିତ୍ରା ମାନବ ରୋବୋର ଭିଡ଼ିଓ ଜାରି କଲା ଇସ୍ରୋ

ବେଙ୍ଗାଲୁରୁ,୨୨।୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ପକ୍ଷରୁ ୨୦୨୨ରେ ଗଗନୟାନ ମିଶନ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏହା ପୂର୍ବରୁ ମାନବ ରୋବୋ ବ୍ୟୋମମିତ୍ରାକୁ ଏକ ମାନବ ବିହୀନ ରକେଟରେ ମହାକାଶକୁ ପଠାଯିବାର ଯୋଜନା କରାଯାଇଛି। ବୁଧବାର ବ୍ୟୋମମିତ୍ରାର ଫଟୋ ଏବଂ ଭିଡ଼ିଓ ଇସ୍ରୋ ପକ୍ଷରୁ ଜାରି କରାଯାଇଛି। ଏହା ମଣିଷ ଭଳି ଆଚରଣ ପ୍ରଦର୍ଶନ କରିବାକୁ ସକ୍ଷମ। କେତେକ ପ୍ରଶ୍ନରେ ଏହି ରୋବୋ ବିଶ୍ଲେଷଣାତ୍ମକ ସମୀକ୍ଷା କରିପାରିବ ବୋଲି ଇସ୍ରୋ ବୈଜ୍ଞାନିକ ସୈମ୍‌ ଦୟାଲ ସୂଚନା ଦେଇଛନ୍ତି। ୨୦୨୦ ଡିସେମ୍ବର ଏବଂ ୨୦୨୧ ଜୁଲାଇରେ ରୋବୋ ବ୍ୟୋମମିତ୍ରାକୁ ମହାକାଶକୁ ପଠାଯିବ ବୋଲି ଇସ୍ରୋ ମୁଖ୍ୟ କେ. ଶିବନ କହିଛନ୍ତି। ଇସ୍ରୋର ଗଗନୟାନ ମାନବ ମିଶନରେ ସାମିଲ୍‌ ହେବାକୁଥିବା ୪ ଜଣ ମହାକାଶଚାରୀଙ୍କୁ ଚଳିତ ବର୍ଷ ଜାନୁୟାରୀ ଶେଷ ସପ୍ତାହରେ ତାଲିମ ପାଇଁ ରୁଷିଆ ପଠାଯିବାର କାର୍ଯ୍ୟକ୍ରମ ରହିଛି। ଗଗନୟାନ ମିଶନ କେବଳ ଜାତୀୟ ନୁହେଁ ଅନ୍ତର୍ଜାତୀୟସ୍ତରରେ ମଧ୍ୟ ବହୁ ସକାରାତ୍ମକ ପ୍ରଭାବ ସୃଷ୍ଟି କରିବ। ଇସ୍ରୋର ଏହି ମିଶନରେ କୌଣସି ମହିଳା ମହାକାଶଚାରୀ ସାମିଲ୍‌ ହେବେ ନାହିଁ। ତେବେ ମାନବ ବିହୀନ ମିଶନରେ ମହିଳାଙ୍କ ପ୍ରତିକୃତି ସଦୃଶ ରୋବୋ ବ୍ୟୋମମିତ୍ରାକୁ ପଠାଯିବ। ଏହା ମହାକାଶର ତାପମାତ୍ରା ମାପିବା ସହିତ ହୃଦ ସ୍ପନ୍ଦନ ରେକର୍ଡ କରିବା ଆଦି ବହୁ ଉଲ୍ଲେଖନୀୟ କାର୍ଯ୍ୟ ସମ୍ପନ୍ନ କରିବ। ପରେ ଏହାକୁ ମାନବ ମିଶନରେ ମଧ୍ୟ ସାମିଲ୍‌ କରାଯିବ ବୋଲି ଶିବନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri