ଗଙ୍ଗାହାର, ବୁଢାବଳଙ୍ଗରେ ଜଳପତ୍ତନ ବୃଦ୍ଧି

ବଡ଼ସାହି,୨୫ା୧୦(ସ୍ବ.ପ୍ର)- ଶିମିଳିପାଳରୁ ବାହାରିଥିବା ଗଙ୍ଗାହାର ଓ ବୁଢାବଳଙ୍ଗ ନଦୀ ବଡ଼ସାହି ବ୍ଲକର ଉଭୟ ପଟ ଦେଇ ପ୍ରବାହିତ ହେଉଛି। ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଏହି ଦୁଇ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇବାରେ ଲାଗିଛି । ଶୁକ୍ରବାର ଅପରାହ୍ନରେ ଗଙ୍ଗାହାରର ଜଳ ବୃଦ୍ଧିପାଇ ଚାନ୍ଦଡିହା-କୁଆମରା ପୋଲ ଡେଇଁ ପ୍ରବାହିତ ହେଉଛି। ଫଳରେ ଉକ୍ତ ରାସ୍ତାରେ ଯୋଗଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଯେକୌଣସି ପରିସ୍ଥିତିରେ ମୁକାବିଲା ନିମନ୍ତେ ସଜାଗ ଥିତ୍ବା ପ୍ରଶାସନ କହିଛି। ଏଭଳି ପରିସ୍ଥିତିକୁ ନେଇ ନଦୀ ସଂଲଗ୍ନ ୪୧ଟି ଗ୍ରାମର ଜନସାଧାରଣ ଭୟଭୀତ ଅବସ୍ଥାରେ ରହିଛନ୍ତି ।
ଲଗାଣ ବର୍ଷା ଯୋଗୁଁ ଶୁକ୍ରବାର ସକାଳ ଠାରୁ ଉଭୟ ନଦୀର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ଦିନ ତମାମ ବର୍ଷା ଲାଗି ରହିଥିବା ବେଳେ ଶୁକ୍ରବାର ଦିନ ୧୧ଟା ପର୍ଯ୍ୟନ୍ତ ବର୍ଷା ହୋଇଥିଲା। ବଡ଼ସାହି ଅଞ୍ଚଳରେ ୧୦୮ ମି.ମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଥିବାରୁ ଉଭୟ ନଦୀର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି । ପ୍ରଶାସନିକ ଅଧିକାରୀମାନେ ନଦୀ ସଂଲଗ୍ନ ଗ୍ରାମଗୁଡିକୁ ଯାଇ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାପାଇଁ ପରାମର୍ଶ ଦେଉଛନ୍ତି। ତଳିଆ ଅଞ୍ଚଳରେ ବନ୍ୟାଜଳ ପ୍ରବେଶ କରିଥିବାରୁ ବ୍ୟାପକ ଧାନ ଓ ପରିବା ଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା କରାଯାଉଛି। ଅବିଶ୍ରାନ୍ତ ବର୍ଷା ଯୋଗୁଁ ଜଳ ନିଷ୍କାସନ ନ ହେବାରୁ ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି। ଚାନ୍ଦଡିହା-କୁଆମରା ରାସ୍ତାରେ ଥିବା ଗଙ୍ଗାହାର ନଦୀର ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ଫଳରେ ଗମନାଗମନ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଛି । ବିଲବାଡିରେ ପାଣି ଭର୍ତ୍ତି ଥିବାରୁ ନଦୀର ଉଦବୃତ୍ତ ଜଳ ରାତି ସୁଦ୍ଧା ନଦୀ ସଂଲଗ୍ନ ଗ୍ରାମ ମଧ୍ୟକୁ ପ୍ରବେଶ କରିବ ବୋଲି ସମ୍ଭାବନା ଉପୁଜିଛି । ଜରୁରୀ ପରିସ୍ଥିତିର ମୁକାବିଲା ନିମନ୍ତେ ଚୂଡା, ଚାଉଳ, ଗୁଡ, ଚିନି ଓ ପଲିଥିନ ପ୍ରଭୃତି ପଞ୍ଚାୟତ କାର୍ଯ୍ୟାଳୟମାନଙ୍କରେ ମହଜୁଦ ରଖାଯାଇଛି । ମାଣତ୍ରୀ, କୁରାଡିହା, ବଡ଼ସାହି, ପ୍ରତାପପୁର ଓ ଦୁର୍ଗାପୁର ରାଜସ୍ବ ନୀରିକ୍ଷକମାନେ ତଳିଆ ଅଞ୍ଚଳ ବୁଲି ସ୍ଥିତି ପରଖିବା ସହ ଜନସାଧାରଣଙ୍କ ସହ ଆଲୋଚନା ଜାରି ରଖିଛନ୍ତି । ବନ୍ୟା ଆଶଙ୍କା ଉପୁଜିଲେ ତୁରନ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ତହସିଲଦାର ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ପୃଥ୍ବୀରାଜ ପରିଡ଼ା କହିଛନ୍ତି । ବଡ଼ସାହି ବିଧାୟକ ସନାତନ ବିଜୁଳୀ ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ପରଖିଛନ୍ତି। ତେବେ ବର୍ଷା ଥମି ଥିବାରୁ ଜଳପତ୍ତନ ହ୍ରାସ ପାଇବ ବୋଲି ଜଣାପଡୁଛି । ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ ସ୍ବାସ୍ଥ୍ୟଗତ ସମସ୍ୟା ଥିବାରୁ ଛୁଟିରେ ଥିବା ବେଳେ ତହସିଲ ପ୍ରଶାସନ ପକ୍ଷରୁ ଅଧିକାରୀମାନେ ସଜାଗ ରହିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri