ଗଛ ଡାଳ କାଟିବାକୁ ନେଇ ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

କପ୍ତିପଦା,୨୩ା୧୨(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ ସରଡିହା ଭଣ୍ଡାର କଲୋନୀସାହିରେ ଗଛ ଡାଳ କାଟିବାକୁ କେନ୍ଦ୍ର କରି ରବିବାର ସନ୍ଧ୍ୟାରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର ସାହୁ ବିନ୍ଧାଣୀ(୬୫) । ଏହି ହତ୍ୟା ଘଟଣାରେ ସଂଶ୍ଳିଷ୍ଟ ଥିବା ଅଭିଯୁକ୍ତଙ୍କୁ ପୋଲିସ ବିଳମ୍ବିତ ରାତିରେ ଗିରଫ କରିଛି । ଅଭିଯୁକ୍ତ ଜଣକ ହେଲେ ସେହି ଗ୍ରାମର ସାଗୁ ସିଂ(୪୫) । ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇବା ସହିତ ଏକ ମାମଲା (ନଂ.୪୯/୧୯)ରୁଜୁ କରି ତଦନ୍ତ ଜାରି ରଖିଛି । ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ନମୁନା ସଂଗ୍ରହ କରିଛି । ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ପୋଲିସ ଜବତ କରିଛି ।
ପୋଲିସ ସୂଚନା ଅନୁଯାୟୀ, ମୃତ ସାହୁ ବିନ୍ଧାଣୀଙ୍କ ଘର ନିକଟରେ ଏକ ଉନ୍ନୟନ କାମ ଚାଲୁ ରହିଛି । କାମ ଚାଲିିଥିବା ବେଳେ ତାଙ୍କ ଘର ବାଡିରେ ଥିବା ଏକ ଗଛର ଡାଳକୁ ଅଭିଯୁକ୍ତ ସାଗୁ ସିଂ କାଟି ଦେଇଥିଲେ। ମୃତ ସାହୁ ବିନ୍ଧାଣୀ ଏହାକୁ ବିରୋଧ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ସନ୍ଧ୍ୟା ସମୟରେ ଘରେ କେହି ନ ଥିବା ବେଳେ ସାହୁ ଘର ବାହାରେ ଏକ ଖଟିଆରେ ଶୋଇଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ ଏକ ଠେଙ୍ଗାରେ ବାଡେଇ ବାଡେଇ ତାଙ୍କୁ ମାରି ଦେଇଥିଲେ। ପରିବାର ଲୋକେ ଘରକୁ ଫେରି ଏହା ଦେଖିବା ପରେ ଶରତ ଥାନାକୁ ଖବର ଦେଇଥିଲେ ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri