ଗଛକୁ ଧକ୍କା ଦେଇ ପଲ୍‌ସର ଦୁର୍ଘଟଣାଗ୍ରସ୍ତ, ଯୁବକ ମୃତ

ନୂଆଗାଁ, ୬।୧୧(ଡି.ଏନ.ଏ): ନୟାଗଡ ଜିଲା ନୂଆଗାଁ ଥାନା ମହିତମା ନିକଟରେ ବାଇକ ଦୁର୍ଘଟଣାରେ ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ତାଙ୍କ ପରିଚୟ ମିଳିପାରି ନାହଁି । ମିଳିଥିବା ସୂଚନା ଅନୁଯାୟୀ, ମହିତମା ଛକ ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ କଡରେ ଥିବା ଗଛରେ ଦୁର୍ଘଟଣା ପରେ ଗୋଟିଏ ପଲସର ବାଇକ (ଓଡି୦୨ ଏଇ ୧୮୬୩) ଓ ଜଣେ ଯୁବକ ଗଛଠାରୁ କିଛି ଦୂରରେ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଏ ବିଷୟରେ ନୁଆଗାଁ ଥାନା ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିବା ବେଳକୁ ଯୁବକଙ୍କ ମୃତ୍ୟୁ ହୋଇସାରିଥିଲା। ନୂଆଗାଁ ଥାନା ପୋଲିସ ମୃତଦେହ ବ୍ୟବଚ୍ଛେଦ ଲାଗି ଦଶପଲା ଡାକ୍ତରଖାନା ପଠାଇ ଦେବା ସହ ବାଇକକୁ ଜବତ କରିଛି । ଖବର ଲେଖା ହେବା ସୁଦ୍ଧା ଯୁବକଙ୍କ ପରିଚୟ ମିଳିପାରି ନାହିଁ । ବାଇକ ନମ୍ବର ଯାଞ୍ଚ କରିବାରେ ଏହା ଏଚ୍‌ଡିଏଫ୍‌ସିଆଇ ବ୍ୟାଙ୍କରୁ ଲୋନ ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri