ଗଛରେ ପିଟି ହେଲା ଆମ୍ବୁଲାନ୍ସ: ଡ୍ରାଇଭର ଗୁରୁତର

ସଜନାଗଡ଼, ୮।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଅନ୍ତର୍ଗତ ସେରଗଡ ଉଦଳା ରାସ୍ତା ୧୯ନଂ ରାଜ୍ୟ ରାଜପଥ ଆମ୍ବୁଡିହା ପେଟ୍ରୋଲ ପମ୍ପ ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ଅନ୍ୟ ୨ଜଣ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଆମ୍ବୁଲାନ୍ସଟି ରୋଗୀଙ୍କୁ ଛାଡ଼ି ନୀଳଗିରି ଫେରୁଥିବା ସମୟରେ ଭାରସାମ୍ୟ ହରାଇ ଆମ୍ବୁଡିହା ନିକଟରେ ଥିବା ଏକ ଗଛକୁ ପିଟି ଦେଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟଲୋକେ ଦମକଳ ବାହିନୀକୁ ଖବର ଦେଇଥିଲେ। ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଡ୍ରାଇଭର ଓ ଅନ୍ୟ୨ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏହାପରେ ସେମାନଙ୍କୁ ତୁରନ୍ତ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ତେବେ ଡ୍ରାଇଭରଙ୍କ ଅବସ୍ଥା ସଙ୍କାଟାପନ୍ନ ଥିବା ସୂଚନା ମିଳିଛି। ଗୁରୁତର ଡ୍ରାଇଭର ଜଣକ ମିତ୍ରପୁର ଅଞ୍ଚଳର ଖଖେନ୍ଦ୍ର ମହାଳିକ ହୋଇଥିବା ବେଳେ ଅନ୍ୟ ଜଣକ ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ଗାଁର ଯୋଗେଶ୍ୱର ମହନ୍ତ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲା ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri