Posted inଗଜପତି

ଗଜପତିରେ ୧୧ କରୋନା ପଜିଟିଭ୍‌: ୭୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ପାରଳାଖେମୁଣ୍ଡି, ୧୦ା୬ (ସ୍ବ.ପ୍ର.) -ଗଜପତି ଜିଲାରୁ ବୁଧବାର ପୁଣି ୧୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨ରେ ପହଞ୍ଚିଛି। ସେମାନଙ୍କୁ ଆର.ସୀତାପୁରଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରେ ୧୦ ପୁରୁଷ ଓ ଜଣେ ମହିଳା ଥିବା ଗଜପତି ଜିଲାପାଳ ଅନୁପମ ଶାହା ଜଣାଇଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଜିଲାରୁ ୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅନ୍ୟମାନେ ଚିକିତ୍ସାଧୀନ ଅଛନ୍ତି। ସ୍ବାସ୍ଥ୍ୟ ବିଭାଗ ଓ ପ୍ରଶାସନିକ ଅଧିକାରୀମାନଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି। ବୁଧବାର ଚିହ୍ନଟ ହୋଇଥିବା ୧୧ଜଣଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ୧୦ଜଣ ଓ ତାମିଲନାଡୁରୁ ଜଣେ ପ୍ରବାସୀ ଗତ ୨୭ରେ ଗଜପତି ଜିଲାକୁ ଫେରିଥିଲେ। ଏମାନଙ୍କୁ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିଲା। ପରେ ସମସ୍ତଙ୍କ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ଏହାର ରିପୋର୍ଟ ପଜିଟିଭ୍‌ ଆସିଛି। ମହିଳାଙ୍କ ବୟସ ୩୦ ବର୍ଷ ହୋଇଥିବା ବେଳେ ପୁରୁଷମାନଙ୍କ ବୟସ ୨୦ରୁ ୩୩ ମଧ୍ୟରେ ହେବ ବୋଲି ଜଣାପଡିଛି। ତେବେ ଜିଲାବାସୀ ଭୟଭୀତ ହେବା ଉଚିତ୍‌ ନୁହେଁ। ଜନସାଧାରଣ ଲକ୍‌ଡାଉନ୍‌ ନିୟମ ମାନି ନିଜ ଘରେ ସୁରକ୍ଷିତ ରୁହନ୍ତୁ ବୋଲି ଜିଲାପାଳ ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri