ଗଞ୍ଜାମ ଉପେନ୍ଦ୍ର ଭଞ୍ଜ, କବିସୂର୍ଯ୍ୟଙ୍କ ପୁଣ୍ୟମାଟି: ବାଚସ୍ପତି

ଦିଗପହଣ୍ଡି,୨୨ା୧(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ଖେଳପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଖେମୁଣ୍ଡି ମହୋତ୍ସବ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ସତ୍ୟବ୍ରତ ଭୋଇ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ।
ମୁଖ୍ୟ ଅତିଥି ଉଦ୍‌ବୋଧନରେ କହିଥିଲେ ଯେ, ଏହି ଉତ୍ସବ ଦିଗପହଣ୍ଡିଠାରେ ପ୍ରଥମ କରି ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ମାଟି କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଓ କବିସୂର୍ଯ୍ୟ ବଳଦେବଙ୍କ ପୁଣ୍ୟ ମାଟି। ଖେମୁଣ୍ଡି ଅଞ୍ଚଳର କଳା ସଂସ୍କୃତି, ଐତିହ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଏହି ଉତ୍ସବ ଆୟୋଜନ କରିଥିବା ସମସ୍ତ ଉଦ୍ୟୋକ୍ତାଙ୍କୁ ସେ ପ୍ରଶଂସା କରିଥିଲେ। ମହୋତ୍ସବ କମିଟି ଆବାହକ ତଥା ବିଡ଼ିଓ ହଳଧର ଶବରଙ୍କ ସଂଯୋଜନାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ଅଭ୍ୟର୍ଥନା ସମିତି ଉପସଭାପତି ତଥା ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ସମ୍ପାଦକ ତଥା ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ସହ ସମ୍ପାଦକ ତଥା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ, ବ୍ଲକ ସହକାରୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଲେଙ୍କା, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ଭି. ରବିନାରାୟଣ ରାଜୁ, ପ୍ରଫୁଲ୍ଲ ପଣ୍ଡା, ଉପାଧ୍ୟକ୍ଷ ପ୍ରଦୀପ୍ତ ପଟ୍ଟନାୟକ, ଏମ୍‌. ନିରଞ୍ଜନ ରେଡ୍ଡୀ, ସରପଞ୍ଚ ବି. କ୍ରିଷ୍ଣା ରାଓ ସୁବୁଦ୍ଧି, ଉମା ମାହେଶ୍ୱରୀ ସେଠୀ, ଖେମୁଣ୍ଡି ଓକିଲ ସଂଘ ସମ୍ପାଦକ ହରପ୍ରସାଦ ରଥଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ମହୋତ୍ସବ ଆରମ୍ଭ ପୂର୍ବରୁ ନୂଆ ବସ୍‌ଷ୍ଟାଣ୍ଡ ସମ୍ମୁଖରୁ ଗ୍ରାମାଞ୍ଚଳରୁ ଆସିଥିବା ବିଭିନ୍ନ ସାଂସ୍କୃତିକ ଦଳ, ଏନ୍‌ସିସି, ସ୍କାଉଟ ଛାତ୍ରୀଛାତ୍ର ସହର ପରିକ୍ରମା କରି ମହୋତ୍ସବ ସ୍ଥଳରେ ପହଞ୍ଚତ୍ଥିଲେ। ମହୋତ୍ସବର ଖୋଲା ମଞ୍ଚରେ ଭୁବନେଶ୍ୱରର ରୁଦ୍ରାକ୍ଷ ଓଡ଼ିଶୀ ଅନୁଷ୍ଠାନ ଓ ଦିଗପହଣ୍ଡିର ଜଗନ୍ନାଥ କଳା ନିକେତନର କଳାକାର ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ସେହିପରି ଯାଜପୁରର ଚଇତି ଘୋଡ଼ା ନାଚ ସମେତ ବିଶିଷ୍ଟ କଣ୍ଠଶିଳ୍ପୀ ଗୌତମ ଗିରି, ସତ୍ୟଜିତ ପ୍ରଧାନ, ଯାଜ୍ଞସେନୀ ନାୟକ ଓ ଭାଗ୍ୟଶ୍ରୀ ମହାନ୍ତିଙ୍କ ସଙ୍ଗୀତରେ ଦର୍ଶକ ଝୁମିଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକଙ୍କ ଭିଡ଼ ଲାଗି ରହିଥିଲା। ବିଭିନ୍ନ ଷ୍ଟଲରେ ଜିଲାର ବିଭିନ୍ନ ଏସ୍‌ଏଚ୍‌ଜି ପକ୍ଷରୁ ପ୍ରଦର୍ଶନୀ ଓ ବିଭିନ୍ନ ସାମଗ୍ରୀ ବିକ୍ରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri