ଗଞ୍ଜାମ ଐତିହାସିକ ଦୋଳଯାତ୍ରା: ବଜାର ଯାତ୍ରା ଶେଷ, କଳାକାରଙ୍କୁ ମାନପତ୍ର ବଣ୍ଟନ

ଗଞ୍ଜାମ, ୯ା୩(ଡି.ଏନ୍‌.ଏ.)- ଗଞ୍ଜାମ ଐତିହାସିକ ଦୋଳ ଯାତ୍ରାରେ ସୋମବାର ବଜାର ଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ରବିବାର ରାତି ୧୦ଟାରେ ସମସ୍ତ ସାହି ଠାକୁର ବଜାରରେ ପହଞ୍ଚତ୍ବା ପରେ ଯାତ୍ରା ଆରମ୍ଭ ହୋଇଥିଲା। ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ତଥା ରାମାୟଣ, ଭାରତଲୀଳା, ରାଧା ପ୍ରେମଲୀଳା ଆଦି ପରିବେଷଣ ହୋଇଥିଲା। ଏହାକୁ ଦେଖିବାକୁ ଲକ୍ଷାଧିକ ଲୋକଙ୍କ ଭିଡ଼ ଜମିଥିଲା। ପୂର୍ବାହ୍ନରେ ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୂର୍ବତନ ଏମ୍‌ପି ପ୍ରତିନିଧି ସୁଧୀର କୁମାର ପାଢ଼ୀ, ପୂର୍ବତନ କାଉନ୍‌ସିଲର ଦଣ୍ଡପାଣି ପରିଡ଼ା, ଗଞ୍ଜାମ ଏନ୍‌ଏସି ନିର୍ବାଚନ ଅଧିକାରୀ ରାକେଶ ରଞ୍ଜନ ଦାସ, ବିଡିଓ ଜ୍ୟୋତି ଶଙ୍କର ରାଏ, ଥାନାଧିକାରୀ ଦିଲୀପ କୁମାର ସାହୁ, ବଣିକ ସଂଘ ସଭାପତି ଗୌରୀ ଶଙ୍କର ବାରିକ ପ୍ରମୁଖ ଉପସ୍ଥିତ ଥିଲେ। ଆଇନଶୃଙ୍ଖଳା ପାଇଁ ୩ ପ୍ଲାଟୁନ ପୋଲିସ ଫୋସର୍ର୍ ମୁତୟନ ହୋଇଥିଲେ। ଅପରାହ୍ନରେ ସମସ୍ତ ଠାକୁର ଦୋଳ ବିମାନରେ ନିଜ ନିଜ ମନ୍ଦିରକୁ ଫେରିଥିଲେ। ଏହି ଅବସରରେ ସାନ ବଜାର ଓ ବଡ଼ ବଜାରଠାରେ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ପାନୀୟ ଜଳ ବଣ୍ଟନ କରାଯାଇଥିଲା। ଏଥିସହ ଦୋଳପୂର୍ଣ୍ଣିମା ଯାତ୍ରା ଅବସରରେ ବିଞ୍ଚଣାପଲି ଗ୍ରାମ ପକ୍ଷରୁ ଗଞ୍ଜାମ ବ୍ଲକର ବିଭିନ୍ନ ଗ୍ରାମର ସଂକୀର୍ତ୍ତନ ମଣ୍ଡଳୀ କଳାକାରଙ୍କୁ ମାନପତ୍ର ବଣ୍ଟନ କରାଯାଇଥିଲା। ମୁଖ୍ୟଅତିଥି ଭାବେ ବିଡିଓ ରାଏ ଓ ଥାନାଧିକାରୀ କଳାକାରମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ। ଏହାକୁ ବିଞ୍ଚଣାପଲି ଗ୍ରାମର ସଭାପତି କେ.ସିରାମୁଲୁ ରାଓ, ଉପସଭାପତି ବି. ମଧୁସୂଦନ, କେ.ଶଙ୍କର ରାଓ ପ୍ରମୁଖ ପରିଚାଳନା କରିଥିଲେ। ଯାତ୍ରାରେ ବିଭିନ୍ନ ଘରକରଣା ସାମଗ୍ରୀ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ଜନ୍ତା ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲ୍ଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri