ଗଞ୍ଜାମ କଲେଜ ହେବ କ୍ୱାରାଣ୍ଟାଇନ ସେଣ୍ଟର: ସାନିଟାଇଜର ସାମଗ୍ରୀ ପ୍ରଦାନ କରିବ ଗ୍ରାସୀମ କମ୍ପାନୀ

ଗଞ୍ଜାମ,୧୭।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି । ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁବାରେ ଲାଗିଛି। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଏହି କ୍ରମରେ ଲକ୍‌ଡାଉନ ଅବଧିକୁ ଆସନ୍ତା ମେ’ ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଗଞ୍ଜାମ ଜିଲାରେ ଏହାକୁ କଡ଼ାକଡି କରାଯାଇଛି । ମେ’ ୩ ପରେ ବାହାର ରାଜ୍ୟରୁ ଆସିବାକୁ ଥିବା ଲୋକଙ୍କୁ ନିଜ ନିଜ ଗ୍ରାମକୁ ନ ପଠାଇ ସେମାନଙ୍କୁ କ୍ୱାରାଣ୍ଟାଇନରେ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଗଞ୍ଜାମ ବ୍ଲକ ଅଧୀନରେ ଥିବା ସ୍କୁଲ ଓ କଲେଜକୁ କ୍ୱାରାଣ୍ଟଇନ ହଲ କରାଯିବ। ଏ ନେଇ ଆବଶ୍ୟକ ସାନିଟାଇଜର ଗ୍ରାସୀମ କମ୍ପାନୀ ପକ୍ଷରୁ ଯୋଗାଇ ଦିଆଯିବ ବୋଲି କମ୍ପାନୀ ଡିଜିଏମ୍‌ ରବୀନ୍ଦ୍ର କୁମାର ମହାନ୍ତି କହିଛନ୍ତି।
ଏ ନେଇ ବିଡିଓ ଜ୍ୟୋତି ଶଙ୍କର ରାୟ କୁହନ୍ତି, ବ୍ଲକ ଅଞ୍ଚଳର କେତେ ଲୋକ ବାହାରେ ଅଛନ୍ତି ସେ ନେଇ ଏକ ତାଲିକା ପ୍ରସ୍ତୁତ କରାଯାଇ ଜିଲା ପ୍ରଶାସନକୁ ଅବଗତ କରାଯିବ। ସେମାନେ ଆସିବା ପରେ ବିଭିନ୍ନ ସ୍କୁଲରେ ରଖାଯାଇ ଖାଇବାକୁ ମଧ୍ୟ ଦିଆଯିବ। ଏଥିସହିତ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ୧୫ ଦିନ ସେଠାରେ ରଖାଯିବ ବୋଲି ବିଡିଓ ରାୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri