ଗଞ୍ଜାମ ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକ: ପୁରୀକୁ ବିଶ୍ୱସ୍ତରୀୟ ଆଧ୍ୟାତ୍ମିକ କ୍ଷେତ୍ର କରିବା ଉଦ୍ୟମକୁ ପ୍ରଶଂସା

ସୋରଡା,୧୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବିଜୁ ଜନତା ଦଳ କାର୍ଯ୍ୟକାରିଣୀ ବୈଠକ ସୋରଡା ଶିଶୁ ଉଦ୍ୟାନ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ତଥା ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ସଂଯୋଜନା କରିଥିଲେ। ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଗଞ୍ଜାମ ଜିଲା ପର୍ଯ୍ୟବେକ୍ଷକ ତଥା ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତି, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଚିକିଟି ବିଧାୟିକା ଉଷା ଦେବୀ, ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କ ସମେତ ଜିଲାର ସମସ୍ତ କାର୍ଯ୍ୟକାରିଣୀ ସଦସ୍ୟ ଯୋଗ ଦେଇଥିଲେ। ଏଥିରେ ସାତସୂଚି ରାଜନୈତିକ ଚିଠା ପ୍ରସ୍ତାବ ଆଗତ ହୋଇଥିଲା। ସେଗୁଡିକ ହେଲା ୨୦୧୯ରେ ବିଜେଡିର ବିପୁଳ ବିଜୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା, ପୁରୀକୁ ବିଶ୍ୱସ୍ତରୀୟ ଆକର୍ଷଣୀୟ ଆଧ୍ୟାତ୍ମିକ କ୍ଷେତ୍ରରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା, ମହିଳାଙ୍କ ପାଇଁ ବିଧାନସଭା ଓ ଲୋକସଭାରେ ସ୍ଥାନ ସଂରକ୍ଷଣ ଉଦ୍ୟମ, ୫-ଟି ମନ୍ତ୍ରକୁ ଗୁରୁତ୍ୱ, ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ ଅଭିଯାନକୁ ସଫଳ କରିବା, ଦଳୀୟ ବିଧାୟକମାନଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦିଆଯାଇଥିଲା। ବୈଠକ ପ୍ରାରମ୍ଭରେ ମଞ୍ଚାସିନ ଅତିଥିମାନଙ୍କୁ ଉପଢୌକନ ପ୍ରଦାନ କରାଯାଇଥିଲା। ବିଜେଡିର ବହୁ ପୂର୍ବତନ ବିଧାୟକ ଓ ନେତାଙ୍କ ସହ ଯୁବନେତା ବସନ୍ତ ସ୍ବାଇଁ, ମନୁ ବିଶ୍ୱାସରାୟ, ପ୍ରଫୁଲ୍ଲ ମହାଙ୍କୁଡ, ପ୍ରଶ୍ନ ମୁନି, କାହ୍ନୁ ବେହେରା, ରାକେଶ ପ୍ରଧାନ, ବାବୁ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
((((ଫଟୋ—


Enter your email to get our daily news in your inbox.

All Right Reserved By Dharitri.Com

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri