ଗଞ୍ଜାମ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଦୁର୍ବଳ ନଦୀବନ୍ଧ, ଘାଇ ମରାମତି ନିର୍ଦ୍ଦେଶ

ଛତ୍ରପୁର,୪ା୬(ଡି.ଏନ୍‌.ଏ.)- ଛତ୍ରପୁରସ୍ଥିତ ଓସ୍ବାସ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଜଙ୍ଗଲ ପରିବେଶ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଗଞ୍ଜାମ ଜିଲାର ସମସ୍ତ ଏମ୍‌ପି ଓ ବିଧାୟକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ବୈଠକରେ ଯୋଡି ହୋଇଥିଲେ।
ଚଳିତ ବର୍ଷାଋତୁରେ କିପରି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରାଯାଇ ପାରିବ ସେଥିପ୍ରତି ସମସ୍ତ ଏମ୍‌ପି ଏବଂ ବିଧାୟକମାନେ ନିଜ ନିଜ ଅଞ୍ଚଳର ସମସ୍ୟା ଜିଲାପାଳଙ୍କୁ ଅବଗତ କରାଇଥିଲେ। ବର୍ଷାଋତୁ ପୂର୍ବରୁ ସମସ୍ତ ସମସ୍ୟାର ସମାଧାନ କରାଯିବ ବୋଲି ଜିଲାପାଳ କହିଥିଲେ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ କୃଷି ବିଭାଗ, ସ୍ବାସ୍ଥ୍ୟ ବିଭାଗ ଏବଂ ଯୋଗାଣ ବିଭାଗ ସଜାଗ ରହିବା ସହ ବର୍ଷା ପୂର୍ବରୁ ଡ୍ରେନ ମାନଙ୍କରେ ଜଳ ନିଷ୍କାସନ ଏବଂ ଅଧିକ ଅମଳକ୍ଷମ ଓ ଉନ୍ନତମାନର ବିହନ ଯୋଗାଣ ଉପରେ ମନ୍ତ୍ରୀ ଆରୁଖ ଗରୁତ୍ୱ ଆରୋପ କରିଥିଲେ।
ନଦୀ ତଟବର୍ତ୍ତୀ ଅଞ୍ଚଳ ଏବଂ ବିଭିନ୍ନ ଘାଇର ସ୍ଥିତି ଅନୁଧ୍ୟାନ କରି ମରାମତି ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବାଘୁଆ ନଦୀବନ୍ଧର ଯେଉଁ ସ୍ଥାନ ଦୁର୍ବଳ ଅଛି ତାର ମରାମତି ପାଇଁ ଆସିକା ବିଧାୟିକା ମତ ରଖିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଛତ୍ରପୁର ଉପ ଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri