ଗଞ୍ଜାମ ଶିତଳାପଲିରେ କାର୍ଯ୍ୟକ୍ଷମ ହେଲା କୋଭିଡ-୧୯ ହସ୍ପିଟାଲ: ୨୦୦ ଶଯ୍ୟା,୧୫ ଆଇସିୟୁ ବେଡ୍‌

ଛତ୍ରପୁର, ୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡିକାଲ, ହସ୍ପିଟାଲକୁ ଟାଟା ଗ୍ରୁପ ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ ହସ୍ପିଟାଲ କରାଯାଇଛି। ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏଠାରେ ୨୦୦ ଶଯ୍ୟା ରହିଥିବା ବେଳେ ୧୫ଟି ଆଇସିୟୁ ବେଡ୍‌ (ଭେଣ୍ଟିଲେଟର ସହିତ)ର ସୁବିଧା ରହିଛି। ଆସନ୍ତା ୧୦ ଦିନ ମଧ୍ୟରେ ଆଉ ୫ଟି ଆଇସିୟୁ ବେଡ୍‌ କାର୍ଯ୍ୟକ୍ଷମ ହେବ ବୋଲି ଏକ ଖବରଦାତା ସମ୍ମିଳନୀରେ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଏମ୍‌କେସିଜିର ଡାକ୍ତର, ନର୍ସ ଓ ଟେକ୍ନିକାଲ ଷ୍ଟାଫ୍‌ ଏହି କୋଭିଡ ହସ୍ପିଟାଲରେ ରୋଗୀ ସେବା କରିବେ। ସେମାନଙ୍କର ରହିବା ବ୍ୟବସ୍ଥା ଉକ୍ତ ହସ୍ପିଟାଲ କ୍ୟାମ୍ପସରେ କରାଯାଇଛି। ଡାକ୍ତର ଉମା ଶଙ୍କର ମିଶ୍ର ଉକ୍ତ କୋଭିଡ ହସ୍ପିଟାଲର ମେଡିକାଲ ଅଫିସର ଇନ୍‌ଚାର୍ଜ ଥିବାବେଳେ ବିଡିଏ ସେକ୍ରେଟାରୀ ସମ୍ବିତ ରାଉତ ପ୍ରଶାସନିକ ଅଧିକାରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri