ଗଞ୍ଜାମର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ନାହିଁ ପାଣି

ଛତ୍ରପୁର,୯ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟ ଜଳ ସୁବିଧା ନାହିଁ । ଜିଲାରେ ରହିଛି ୫୧୪୧ ଅଙ୍ଗନୱାଡି କେନ୍ଦ୍ର । ଏଥିରୁ ୨୩୭୮ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟଜଳ ର ସୁବିଧା ଅଛି । ଜିଲା ସମାଜ ମଙ୍ଗଳ ବିଭାଗ ପକ୍ଷରୁ ଡିଆରଡିଏ କାର୍ଯ୍ୟାଳୟକୁ ଦିଆଯାଇଥିବା ତଥ୍ୟ ଅନୁସାରେ ଜିଲାରେ ୪୫୮୧ ଅଙ୍ଗନୱାଡି କେନ୍ଦ୍ର କୋଠା ନିର୍ମାଣ ପାଇଁ ଅନୁଦାନ ଆସିଥିଲା । ଏଥିରୁ ୨୯୮୨ ଅଙ୍ଗନୱାଡି କେନ୍ଦ୍ର କୋଠା ନିର୍ମାଣ କାମ ସରିଛି । ଅପରପକ୍ଷରେ ଜିଲାର ୧୫୯୯ ଅଙ୍ଗନୱାଡି କେନ୍ଦ୍ର ଏବେବି ଅସ୍ଥାୟୀ କୋଠାରେ ଚାଲିଛି । କେଉଁଠି କୋଠଘର ତ କେଉଁଠି ସ୍କୁଲ ଆଉ ଭଡାରେ ଏହି କେନ୍ଦ୍ର ରହିଛି । ୭୯୭ ଅଙ୍ଗନୱାଡି କେନ୍ଦ୍ର କୋଠା ନିର୍ମାଣ ଚାଲିଥିବା ବେଳେ ୮୦୨ କେନ୍ଦ୍ର କୋଠା ନିର୍ମାଣ ଆରମ୍ଭ ହୋଇନି । ଚଳିତ ସପ୍ତାହରେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ମଧ୍ୟ ଛତ୍ରପୁର ଆସି ଏହି ସବୁର ସମୀକ୍ଷା କରିଛନ୍ତି । ଏଥିସହ ୟୁନିସେଫ୍‌ର ଏକ ଟିମ୍‌ ମଧ୍ୟ ଜିଲାକୁ ଆସି ଅନୁଧ୍ୟାନ କରି ଫେରିଛନ୍ତି । ଜିଲାର ୨ ହଜାର ୫୫୩ ଅଙ୍ଗନୱାଡି କେନ୍ଦ୍ରରେ ରୋଷେଇ ଘର ରହିଛି । ଏଥିସହ ଜିଲାର ୫୧୪୧ ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ୨୦୪୦ ଅଙ୍ଗନୱାଡି କେନ୍ଦ୍ରରେ ପାଇଖାନା ଓ ୪୧୧ କେନ୍ଦ୍ରରେ ବିଦ୍ୟୁତ୍‌ ସଂଯୋଗ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?