ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଲା: ଦିନକରେ ୧୫ ପଜିଟିଭ୍‌ ଚିହ୍ନଟ, ଗୁଣବନ୍ଧ ଗାଁରୁ ଚାଲିଛି ସ୍ବାବ୍‌ ସଂଗ୍ରହ

ବ୍ରହ୍ମପୁର ଅଫିସ,୧୮ା୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ଯୋଗୁ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ଜିଲାରେ ପୁଣି ୧୫ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଶୀର୍ଷ ସ୍ଥାନରେ ଥିବା ଏହି ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ଏବେସୁଦ୍ଧା ୩୦୭ରେ ପହଞ୍ଚିଛି । ଅନ୍ୟପଟେ ଗତ ୧୫ ଦିନ ଭିତରେ ଜିଲାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅଦ୍ୟାବଧି ୪୯ ଜଣ ସୁସ୍ଥ ହୋଇସାରିଛନ୍ତି। ଏସବୁକୁ ବାଦ୍‌ ଦେଲେ ଏବେ ଜିଲାରେ ୨୪୧ ସକ୍ରିୟ କେସ୍‌ ଥିବା ଜଣାପଡ଼ିଛି। ଅନ୍ୟପଟେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି କହିଛନ୍ତି ଯେ, ଏବେ ଜିଲାର ସମସ୍ତ କରୋନା ସଂକ୍ରମିତ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଜିଲାରେ ଶନିବାର ସୁଦ୍ଧା ୨୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରବିବାର ୧୫ ଓ ସୋମବାର ୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତିି। ବ୍ରହ୍ମପୁର ସହରରେ ଥିବା ଆମ୍ବ ମାର୍କେଟ ପରେ ଶଙ୍କରପୁର ସାହି ଓ ରବିବାର କୁକୁଡ଼ାଖଣ୍ଡି ବ୍ଲକ ଦକ୍ଷିଣପୁର ପଞ୍ଚାୟତ ଗୁଣ୍ଠବନ୍ଧ ଗାଁକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଥିଲା। ସୋମବାର ଡାକ୍ତରୀ ଦଳ ଗୁଣ୍ଠବନ୍ଧ ଗ୍ରାମରେ ପହଞ୍ଚି ସ୍ବାବ୍‌ ନମୁନା ସଂଗ୍ରହ କରୁଛନ୍ତି। ଉକ୍ତ ଗ୍ରାମର ଜଣେ ବ୍ୟକ୍ତି ଆମ୍ବ ମାର୍କେଟରେ ବ୍ୟବସାୟ କରୁଥିବା ବେଳେ ତାଙ୍କର ପଜିଟିଭ୍‌ ଆସିବା ପରେ ଗୁଣ୍ଠବନ୍ଧ ଗ୍ରାମକୁ ସିଲ୍‌ କରାଯାଇଥିଲା। ବ୍ୟବସାୟୀ ଜଣକୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ୭୪ ସ୍ବାବ୍‌ ନମୁନା ସଂଗ୍ରହ କରାଯିବ ବୋଲି କୁକୁଡ଼ାଖଣ୍ଡି ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ସୋହାନ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri