ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୪: ସୁସ୍ଥ ହେଲେଣି ୩୧୮

ବ୍ରହ୍ମପୁର ଅଫିସ,୩୦ା୫- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଡ଼ି ଚାଲିଛି। ଶୁକ୍ରବାର ଜିଲାରେ ୬ ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୪ ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହାଇଥିବାବେଳେ ୩୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅବଶିଷ୍ଟ ୮୩ ଜଣ ଜିଲାର ବିଭିନ୍ନ କୋଭିଡ଼-୧୯ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗୋଟିଏ ପଟେ କରୋନା ସଂକ୍ରମିତଙ୍କ ଆରୋଗ୍ୟ ହାର କମୁଥିବାବେଳେ ଅନ୍ୟପଟେ ଦିନକୁଦିନ ନୂତନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଜିଲାରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୪୦୦ ଟପିଯାଇଛି। ରାଜ୍ୟରେ ଏଯାବତ ମୋଟ ୧୮୧୯ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ଗଞ୍ଜାମ ଜିଲା ପ୍ରଥମ (୪୦୪ ) ସ୍ଥାନରେ ରହିଥିବା ବେଳେ ଯାଜପୁର ଦ୍ୱିିତୀୟ (୨୫୯), ବାଲେଶ୍ୱର ତୃତୀୟ (୧୪୬) ଓ ୪ର୍ଥ ସ୍ଥାନରେ ଖୋର୍ଦ୍ଧା (୧୩୧) ରହିଛି। ଗଞ୍ଜାମ ଜିଲାରେ ଥିବା ସଙ୍ଗରୋଧ କେନ୍ଦ୍ରରେ ଡାକ୍ତର, ଆଶା ଓ ଅନ୍ୟ ସ୍ବାସ୍ଥ୍ୟକର୍ମୀମାନେ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟର ଯତ୍ନ ନେଉଛନ୍ତି। ସୂଚନାଯୋଗ୍ୟ, କରୋନା ଆକ୍ରାନ୍ତଙ୍କୁ ଏବେ ଶୀତଳାପଲ୍ଲୀସ୍ଥିତ କୋଭିଡ ହସ୍ପିଟାଲ, ସିଟି ହସ୍ପିଟାଲ ପରିସରରେ ଥିବା ଡେଡିକେଟେଡ କୋଭିଡ ହେଲଥ ସେଣ୍ଟର ଓ ହିଞ୍ଜିଳିକାଟୁ କୋଭିଡ ହେଲଥ ସେଣ୍ଟରରେ ରଖି ଚିକିତ୍ସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri