ଗଞ୍ଜାମରେ ଟିଡି ଟିକାର ବ୍ୟବହାର ଆରମ୍ଭ: ୧ଲକ୍ଷ ୭୭ ହଜାର ଜଣଙ୍କୁ ଦିଆଯିବ ଟିକା

ବ୍ରହ୍ମପୁର ଅଫିସ୍‌,୧୨।୬: ଗଞ୍ଜାମ ଜିଲାରେ ଟିଡି (ଟିଟାନସ୍‌ ଏବଂ ଆଡଲଟ୍‌ ଡିପ୍‌ଥେରିଆ) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍‌ପିଟାଲ୍‌ ପରିସରରେ ଥିବା ପୋଷ୍ଟପାର୍ଟମ ଏବଂ ଟିକାକରଣ କେନ୍ଦ୍ରଠାରେ ବୁଧବାର ସକାଳେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଜନସ୍ବାସ୍ଥ୍ୟ ଅଧିକାରୀ ତଥା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ କୁମାର ପାଣିଗ୍ର୍ରାହୀ ଏହାକୁ ଆରମ୍ଭ କରିଛନ୍ତି। ପୂର୍ବରୁ ଗର୍ଭବତୀ ଏବଂ ଶିଶୁମାନଙ୍କୁ ଟିଟାନସ୍‌ ଟକ୍ସିଡ୍‌(ଟିଟି) ଟିକା ଦିଆଯାଉଥିଲା । କିନ୍ତୁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ନ୍ୟାଶନାଲ୍‌ ଟେକ୍‌ନିକାଲ୍‌ ଆଡଭାଇଜରି ଗ୍ରୁପ୍‌ ଅନ୍‌ ଇମ୍ୟୁନାଇଜେଶନ୍‌(ଏନ୍‌ଟିଏଜିଆଇ)ର ତରଫରୁ ଟିଟି ବଦଳରେ ଟିଡି ଟିକାର ବ୍ୟବହାର ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ଗର୍ଭବତୀଙ୍କୁ ୩ ଟି ପର୍ଯ୍ୟାୟ ଯଥା ଗର୍ଭାବସ୍ଥାର ପ୍ରାଥମିକ ଅବସ୍ଥାରେ, ଏହାର ଚାରି ସପ୍ତାହ ପରେ ଏବଂ ଯଦି ପୂର୍ବ ଗର୍ଭଧାରଣର ତିନି ବର୍ଷ ପରେ ପୁଣି ଗର୍ଭଧାରଣ କରନ୍ତି ତେବେ ଟିଡି ଟିକା ଦିଆଯିବ।
ସେହିଭଳି ୧୦ବର୍ଷ ଏବଂ ୧୬ ବର୍ଷରେ ପିଲାମାନଙ୍କୁ ମଧ୍ୟ ଏହି ଟିକା ପ୍ରଦାନ କରାଯିବ । ଗଞ୍ଜାମ ଜିଲାରେ ପ୍ରାୟ ୫୯ହଜାର ୩୬୮ ଗର୍ଭବତୀ, ୫୮ହଜାର ୩୪୨ଜଣ ୧୦ବର୍ଷୀୟ ଶିଶୁ ଏବଂ ୫୯ହଜାର ୫୦୩ ଜଣ ୧୬ବର୍ଷ ବୟସ୍କ ଏପରି ମୋଟ ୧ ଲକ୍ଷ ୭୭ହଜାର ୨୧୩ ଜଣଙ୍କୁ ଟିକା ପ୍ରଦାନ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପାଣିଗ୍ରାହୀ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ...

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri