ଗଞ୍ଜାମରେ ଦୋକାନୀମାନଙ୍କ ପାଇଁ ନୂଆ ନିୟମ: ରଖିବେ ଗ୍ରାହକଙ୍କ ତଥ୍ୟ; ସାମାଜିକ ଦୂରତା-ମାସ୍କ ବ୍ୟବହାର ନିଶ୍ଚିତ, ନହେଲେ ହେବ ସିଜ୍‌

ଛତ୍ରପୁର, ୧୩।୫(ଡି.ଏନ୍‌.ଏ.)- ରାଜ୍ୟର କରୋନା ଆକ୍ରାନ୍ତ ଜିଲାଗୁଡ଼ିକ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏବେ ଏହି ସଂଖ୍ୟା ୨୧୦ ରହିଛି। ତେବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଜିଲାର ସମସ୍ତ ଦୋକାନୀ ସାମାଜିକ ଦୂରତା ନିୟମକୁ ପାଳନ କରିବେ। ସେହିଭଳି ଗ୍ରାହକ ମାନେ ମାସ୍କ, ଗ୍ଳୋବ୍ସ, ସାନିଟାଇଜର ବ୍ୟବହାର କରିବେ। ଦୋକାନ ସମ୍ମୁଖରେ ୨ ମିଟର ଦୂରତାର ଗୋଲାକୃତି କରିବାକୁ ପଡିବ। ଦୋକାନ ସମ୍ମୁଖରେ ‘ନୋ ମାସ୍କ ନୋ ଗୁଡ଼ସ’ ବୋର୍ଡ଼ ରହିବ। ଏଥିସହ ଦୋକାନକୁ ଆସୁଥିବା ଗ୍ରାହକମାନଙ୍କ ସମ୍ବନ୍ଧୀୟ କଣ୍ଟାକ୍ଟ ଡାଏରୀ ରଖିବା ବାଧ୍ୟତାମୂଳକ କରାଯାଇଛି। ଏହାର ଉଲ୍ଲଂଘନ କଲେ ଦୋକାନ ସିଜ୍‌ ସହ ୧ ହଜାର ଟଙ୍କା ଜରିମାନା ଆଦାୟ ହେବ ବୋଲି ବୁଧବାର ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri