ଗଞ୍ଜାମରେ ବଦଳିଲା କୋହଳ ନିର୍ଦ୍ଦେଶନାମା: ସାମାଜିକ ଦୂରତ୍ୱ ଅଧିକ କଡ଼ାକଡ଼ି ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ଛତ୍ରପୁର, ୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସରକାରଙ୍କ ନିର୍ଦ୍ଦେଶନାମାକୁ ନେଇ ରବିବାର କରୋନା କଟକଣାକୁ କୋହଳ କରାଯାଇଥିଲା। ଅପ୍ରେଲ ୨୦ ତାରିଖଠାରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଦିନସାରା ଖୋଲା ରହିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ମାତ୍ର ରବିବାର ରାତିରେ ଏହି ନିର୍ଦ୍ଦେଶନାମାରେ ପରିବର୍ତ୍ତନ କରାଯାଇ କୋହଳକୁ ହଟାଇ ଦିଆଯାଇଛି। ପୂର୍ବଭଳି ଲକ୍‌ଡାଉନ ବଳବତ୍ତର ରହିବା ସହ ସକାଳ ୭ଟାରୁ ଅପରାହ୍ନ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲାରହିବ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନୂଆ ନିର୍ଦ୍ଦେଶନାମା ଜାରିକରିଛନ୍ତି।
ପନିପରିବା, ମାଛ, ମାଂସ, ଅଣ୍ଡା, କ୍ଷୀର, ଫଳ ଆଦି ଅତ୍ୟାବଶ୍ୟକ ଦୋକାନ ପୂର୍ବଭଳି ଖୋଲା ରହିବ। ସେହିପରି ଔଷଧ ଦୋକାନ ଦିନ ରାତି ଖୋଲାରହିବ। ବିଭିନ୍ନ ଗ୍ୟାରେଜ, ପାର୍ଟସ ଦୋକାନ ମଧ୍ୟ ସକାଳ ୭ରୁ ୧୨ ଟା ପର୍ଯ୍ୟନ୍ତ ଖୋଲିବ। ତେବେ ଗାଁ ଗହଳିରୁ ଅବରୋଧ ହଟାଯିବ ଏବଂ ଚାଷକାର୍ଯ୍ୟ ସମ୍ପୂର୍ଣ୍ଣ କଟକଣାମୁକ୍ତ ରହିବ ବୋଲି ଜଣାପଡ଼ିଛି।
ପ୍ରାଥମିକ ସେବା ସମବାୟ ସମିତି ଖୋଲା ରହିବ। ବ୍ୟାଙ୍କ ଯଥାରୀତି କାର୍ଯ୍ୟ କରିବ। ନରେଗା ଓ ଉର୍ଣ୍ଣୟନମୂଳକ ନିର୍ମାଣ କାର୍ଯ୍ୟ ଚାଲୁରହିବ। ବିଡିଓମାନେ ମାସ୍କ କ୍ରୟକରି ନରେଗା ଶ୍ରମିକଙ୍କୁ ଦେବେ। ଦୁଇ ଚକିଆ ଯାନରେ କେବଳ ଚାଳକ ହିଁ ଯାତାୟତ କରିପାରିବେ। ସାମାଜିକ ଦୂରତ୍ୱ ଅଧିକ କଡାକଡି କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସମସ୍ତ ଦୋକାନୀ ପାଣି, ସାବୁନ ଓ ସାନିଟାଇଜର୍‌ ରଖିବା ସହ ଓ ଗରାଖଙ୍କୁ ବିକ୍ରୟ ପାଇଁ ମାସ୍କ ରଖିବେ। ଦୋକାନ ସମ୍ମୁଖରେ ଛଅ ଫୁଟ ଲେଖାଏ ଦୂରତ୍ୱରେ ଗରାଖଙ୍କ ପାଇଁ ସ୍ଥାନ ଚିହ୍ନଟ କରିବେ। ଦୋକାନରେ ମାସ୍କ ନାହିଁ ତ ସଉଦା ନାହିଁ ଲେଖିବେ। ଯେଉଁ ଦୋକାନରେ ଗହଳି ଦେଖିବାକୁ ମିଳିବ ପ୍ରଶାସନ ତାହାକୁ ଅବିଳମ୍ବେ ସିଲ୍‌ କରିବ। ଚା’ ଦୋକାନ, ପାନ ଦୋକାନ, ଗୁଟ୍‌ଖା ଦୋକାନ, ଗୁପ୍‌ଚୁପ ଦୋକାନ, ଠେଲାଗାଡି ଜଳଖିଆ ଆଦି ବନ୍ଦରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ବର୍ଷା ବିପତ୍ତି: ରାତ୍ରି ଭୋଜନ କରୁଥିବା ବେଳେ ଘର ଉପରେ ଭାଙ୍ଗିପଡ଼ିଲା ବିରାଟ ପଣସ ଗଛ, ଭୟଙ୍କର ଦୁର୍ଘଟଣାରେ…

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ ଗୋପୀନାଥପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତଳ ଚୋବରୀ ଗ୍ରାମରେ ଏକ ବଡ଼ ବିପତ୍ତି…

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri