ଗଞ୍ଜାମ,୨୩ା୮(ଡି.ଏନ.ଏ.)- ଗଞ୍ଜାମ ଥାନା ସାନବଜାରଠାରେ ଗୁରୁବାର ସନ୍ଧ୍ୟାରେ ବୋମାମାଡ଼ ହୋଇଛି। ଏଥିରେ ପୂର୍ବତନ ଏମ୍ପି ପ୍ରତିନିଧି ସୁଧୀର କୁମାର ପାଢ଼ୀ ଓ ତାଙ୍କ କାର ଚାଳକ ଗଣେଶ ବାରିକ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗଣେଶଙ୍କ ଘର କରଣ ସାହି ଏବଂ ସୁଧୀରଙ୍କ ସାନବଜାର। ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ଖବର ପାଇ ଥାନା ଅଧିକାରୀ ସୁଦାମ ମଲିକ ଓ ଛତ୍ରପୁର ଏସ୍ଡିପିଓ ଉତ୍କଳ କେଶରୀ ଦାସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଗଞ୍ଜାମ ଏସ୍ପି ଘଟଣାସ୍ଥଳରେ ପହଞ୍ଚତ୍ଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗଣେଶ କାର ଚଳାଉଥିବାବେଳେ ସୁଧୀର ବସିଥିଲେ। ଦୁର୍ବୃତ୍ତମାନେ ବାଇକରେ ଆସି ହଠାତ୍ ବୋମାମାଡ଼ କରି ଖସି ପଳାଇଥିଲେ। ପ୍ରକାଶ ଯେ, ପୂର୍ବରୁ ମଧ୍ୟ ସୁଧୀରଙ୍କ ଉପରକୁ ଦୁଇଥର ଗୁଳିମାଡ ହୋଇଥିଲା। ମାତ୍ର ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ଘଟଣା ଘଟିଥିବା ସ୍ଥାନରେ ଥିବା ସିସିଟିଭି ଫୁଟେଜକୁ ଏସ୍ପି ଯାଞ୍ଚ କରୁଥିବାବେଳେ ମାମଲାର ତଦନ୍ତ ଭାର ନେଇଛନ୍ତି ଏସଡିପିଓ। ଖୁବଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଏସଡିପିଓ କହିଛନ୍ତି। ଅଞ୍ଚଳରେ ଏନେଇ ଉତ୍ତେଜନା ଦେଖାଦେଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…
ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…
ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ
ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…
Archives

