ଗଞ୍ଜାମରେ ୧୪୪ ଧାରା ଜାରି: ଏମ୍‌ଜିଏନ୍‌ଆର୍‌ଜିଏସ୍‌ ଯୋଜନାରେ ଏକତ୍ର କାମ କରୁଛନ୍ତି ଶ୍ରମିକ

ପୁରୁଷୋତ୍ତମପୁର, ୧୭।୩(ଡି.ଏନ୍‌.ଏ.): ମାରାତ୍ମକ କରୋନା ଭାଇରସକୁ ନେଇ ଗଞ୍ଜାମ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ୫ ଜଣରୁ ଅଧିକ ଲୋକ ଗୋଟିଏ ସ୍ଥାନରେ ଗହଳି ନେଇ କଟକଣା ଜାରି କରାଯାଇଛି। ହେଲେ ବିଭିନ୍ନ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଜିଏସ୍‌ ଯୋଜନାରେ ଚାଲିଥିବା କାର୍ଯ୍ୟରେ ବହୁ ସଂଖ୍ୟାରେ ଶ୍ରମିକ ଏକତ୍ରିତ ହୋଇ ଗହଳିପୂର୍ଣ୍ଣ ଭାବେ କାର୍ଯ୍ୟ କରୁଛନ୍ତି। ଶିକୁଳା ପଞ୍ଚାୟତ ଶିକୁଳା ଗ୍ରାମରେ ଥିବା ଭଗବତ ଗାଡିର ପୁନରୁଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ବଡ ବରଗାଁ ପଞ୍ଚାୟତ ତେନ୍ତୁଳିଆ ବନ୍ଧ, ନୂଆଗାଁ ବନ୍ଧର ପୁନରୁଦ୍ଧାର କାର୍ଯ୍ୟ ଚାଲିଛି। ଏହାକୁ ନେଇ ବଡ ବରଗାଁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଅରକ୍ଷିତ ସାସମଲଙ୍କ ସହ ଯୋଗାଯୋଗ କରାଯିବାରୁ ଏଥିପାଇଁ ଜିଲା ପ୍ରଶାସନ ନିକଟରୁ କୌଣସି ନିର୍ଦ୍ଦେଶନାମା ଆସି ନ ଥିବା ସେ କହିଛନ୍ତି। ଶିକୁଳା ପଞ୍ଚାୟତ ନିର୍ବାହୀ ଅଧିକାରୀ ରମେଶ ଚନ୍ଦ୍ର ଗୌଡ ମଧ୍ୟ ଅନୁରୂପ ଭାବେ କହି ନିର୍ଦ୍ଦେଶ ଆସିଲେ ବନ୍ଦ କରିଦେବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ଭାଜପା ବିଧାୟକଙ୍କ ପ୍ରସ୍ତାବ

ଭୁବନେଶ୍ବର,୧୮।୧୨: ଆଜି ଭାଜପା ବିଧାୟକ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ତେବେ ଆଜି ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।...

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri