ଗଞ୍ଜେଇ ଜବତ, ୨ ଅଣଓଡ଼ିଆ ଯୁବକ ଗିରଫ

ଦିଗପହଣ୍ଡି,୧୩ା୬(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟରୁ ବୁଧବାର ସକାଳେ ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଅଣଓଡ଼ିଆ ଯୁବକଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାର ପ୍ରଦେଶ ବୈଶାଳୀ ଜିଲା ରଘୁପୁରା ଥାନା ରାମପୁର ଶ୍ୟାମଚାନ୍ଦ ଗାଁର ସୁରଜ କୁମାର ଓ ପପୁ ଦାସ । ତାଙ୍କଠାରୁ ଅବକାରୀ ବିଭାଗ ୧୩ କେଜି ୬ ଶହ ଗଞ୍ଜେଇ ଜବତ କରିଛି। ଦିଗପହଣ୍ଡି ଅବକାରୀ କାର୍ଯ୍ୟାଳୟ ମାମଲା ନଂ. ୧୫/୧୯-୨୦ ଅନୁଯାୟୀ ଅଭିଯୁକ୍ତ ଦ୍ୱୟଙ୍କୁ ଅପରାହ୍ନରେ ବ୍ରହ୍ମପୁର ଜିଲା ଦୌରାଜଜ୍‌ ସ୍ବତନ୍ତ୍ର କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ପ୍ରକାଶ ଯେ, ଅଭିଯୁକ୍ତ ଦ୍ୱୟ ୨ଟି ଏୟାରବ୍ୟାଗରେ ଗଞ୍ଜେଇ ନେଇ ମୋହନାରୁ ବ୍ରହ୍ମପୁର ଅଭିମୁଖେ ଏକ ଯାତ୍ରୀବାହୀ ବସ୍‌ରେ ଯାଉଥିଲେ। ଜଳଖିଆ ଖାଇବା ପାଇଁ ଦିଗପହଣ୍ଡି ପୁଞ୍ଜିକୟାଁ ଛକରେ ଓହ୍ଲାଇଥିଲେ। ସନ୍ଦେହ ହେବାରୁ ସାଦା ପୋଷାକରେ ଥିବା ଅବକାରୀ ଏଏସ୍‌ଆଇ ରବୀନ୍ଦ୍ର ନାଥ ପାଢ଼ୀ ସଦଳବଳ ଯୁବକ ଦ୍ୱୟଙ୍କ ବ୍ୟାଗ ଯାଞ୍ଚ କରିଥିଲେ। ସେଥିରେ ଗଞ୍ଜେଇ ଥିବା ଜାଣି ଅବକାରୀ ଏସ୍‌ଆଇଙ୍କୁ ଖବର ଦିଆଯାଇଥିଲା। ସେ ପହଞ୍ଚତ୍ ସୁରଜ ଓ ପପୁଙ୍କୁ ଗିରଫ କରିବା ସହ ଗଞ୍ଜେଇ ଭର୍ତ୍ତି ବ୍ୟାଗ ଜବତ କରିଥିଲେ। ଗଞ୍ଜେଇର ବଜାର ମୂଲ୍ୟ ପ୍ରାୟ ୯୦ ହଜାର ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri