ଗଞ୍ଜେଇ ଜବତ, ୨ ଅଣଓଡ଼ିଆ ଯୁବକ ଗିରଫ

ଦିଗପହଣ୍ଡି,୧୩ା୬(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟରୁ ବୁଧବାର ସକାଳେ ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଅଣଓଡ଼ିଆ ଯୁବକଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାର ପ୍ରଦେଶ ବୈଶାଳୀ ଜିଲା ରଘୁପୁରା ଥାନା ରାମପୁର ଶ୍ୟାମଚାନ୍ଦ ଗାଁର ସୁରଜ କୁମାର ଓ ପପୁ ଦାସ । ତାଙ୍କଠାରୁ ଅବକାରୀ ବିଭାଗ ୧୩ କେଜି ୬ ଶହ ଗଞ୍ଜେଇ ଜବତ କରିଛି। ଦିଗପହଣ୍ଡି ଅବକାରୀ କାର୍ଯ୍ୟାଳୟ ମାମଲା ନଂ. ୧୫/୧୯-୨୦ ଅନୁଯାୟୀ ଅଭିଯୁକ୍ତ ଦ୍ୱୟଙ୍କୁ ଅପରାହ୍ନରେ ବ୍ରହ୍ମପୁର ଜିଲା ଦୌରାଜଜ୍‌ ସ୍ବତନ୍ତ୍ର କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ପ୍ରକାଶ ଯେ, ଅଭିଯୁକ୍ତ ଦ୍ୱୟ ୨ଟି ଏୟାରବ୍ୟାଗରେ ଗଞ୍ଜେଇ ନେଇ ମୋହନାରୁ ବ୍ରହ୍ମପୁର ଅଭିମୁଖେ ଏକ ଯାତ୍ରୀବାହୀ ବସ୍‌ରେ ଯାଉଥିଲେ। ଜଳଖିଆ ଖାଇବା ପାଇଁ ଦିଗପହଣ୍ଡି ପୁଞ୍ଜିକୟାଁ ଛକରେ ଓହ୍ଲାଇଥିଲେ। ସନ୍ଦେହ ହେବାରୁ ସାଦା ପୋଷାକରେ ଥିବା ଅବକାରୀ ଏଏସ୍‌ଆଇ ରବୀନ୍ଦ୍ର ନାଥ ପାଢ଼ୀ ସଦଳବଳ ଯୁବକ ଦ୍ୱୟଙ୍କ ବ୍ୟାଗ ଯାଞ୍ଚ କରିଥିଲେ। ସେଥିରେ ଗଞ୍ଜେଇ ଥିବା ଜାଣି ଅବକାରୀ ଏସ୍‌ଆଇଙ୍କୁ ଖବର ଦିଆଯାଇଥିଲା। ସେ ପହଞ୍ଚତ୍ ସୁରଜ ଓ ପପୁଙ୍କୁ ଗିରଫ କରିବା ସହ ଗଞ୍ଜେଇ ଭର୍ତ୍ତି ବ୍ୟାଗ ଜବତ କରିଥିଲେ। ଗଞ୍ଜେଇର ବଜାର ମୂଲ୍ୟ ପ୍ରାୟ ୯୦ ହଜାର ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri