Posted inରାଜ୍ୟ

‘ଗଣତନ୍ତ୍ରକୁ ସୁଦୃଢ଼ କରିଛି ଖବରଦାତାଙ୍କ ନିରପେକ୍ଷତା’

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଖବରଦାତାମାନେ ଗଣତନ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିଛନ୍ତି। ସେମାନଙ୍କର ଆଲୋଚନା, ସମାଲୋଚନା ଏବଂ ନିନ୍ଦା ରାଜନୀତି ପାଇଁ ଆଶାବାଡ଼ି ସଦୃଶ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶନିବାର ସୂଚନାଭବନଠାରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ଆନୁକୂଲ୍ୟରେ ଜାତୀୟ ସାମ୍ବାଦିକ ଦିବସ ପାଳନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର କହିଥିଲେ, ଖବରଦାତାମାନେ ନିରପେକ୍ଷ, ନିର୍ଭୀକ ଏବଂ ଦୁର୍ମୂଲ୍ୟ ମତ ଉପସ୍ଥାପନ ଜାରି ରଖିଥିବାରୁ ଆଜି ଗଣତନ୍ତ୍ର ସୁଦୃଢ ହୋଇପାରିଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସାହାରା ନ୍ୟୁଜ୍‌ର ମୁଖ୍ୟ ଉପେନ୍ଦ୍ର ରାୟ, ସମାଜର ପ୍ରକାଶକ ନିରଞ୍ଜନ ରଥ ଯୁବ ଖବରଦାତାମାନଙ୍କୁ ବରିଷ୍ଠଙ୍କ ଆଦର୍ଶରେ ଉଦ୍‌ବୁଦ୍ଧ ହେବା ପାଇଁ ଆହ୍ବାନ ଦେଇଥିଲେ। ଏହି ଅବସରରେ ବରିଷ୍ଠ ସାମ୍ବାଦିକ ସାରଦା ପ୍ରସନ୍ନ ନନ୍ଦଙ୍କୁ ’ଉତ୍କଳ ସାମ୍ବାଦିକ ରତ୍ନ’ ସମ୍ମାନ ଏବଂ ଜାତୀୟସ୍ତରରେ ଉପେନ୍ଦ୍ର ରୟ, ପ୍ରଶାନ୍ତ ଏମ୍‌. ଆକେରେ, ମହମ୍ମଦ ଆଲାମ ଆଜାମ ଅଲ୍ଲୀ ମନ୍‌ସୁରୀ, ନରେନ୍ଦ୍ର ବି. ଆହିରି, ବିନୋଦ ପୋଦାର, ଭୀମ୍‌ ଶର୍ମା, ବ୍ରିଜେଶ ସିଂ, ରାଣା ଘୋଷଙ୍କୁ ‘ରାଷ୍ଟ୍ରୀୟ ସାମ୍ବାଦିକ ଗୌରବ’ରେ ସମ୍ମାନିତ କରାଯାଇଛି। ସେହିପରି ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରୀ ପଦ୍ମାବତୀ କୁଣ୍ଡୁଙ୍କୁ ‘ରବି ନାରାୟଣ ମହାନ୍ତି ସ୍ମାରକୀ ସମ୍ମାନ’, ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରୀ କବିତା କୁମାରୀ ଦାଶଙ୍କୁ ‘ଗୋପାଳ ମିଶ୍ର ସ୍ମାରକୀ ସମ୍ମାନ’ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଛାତ୍ରୀ ସୋହିନୀ ବିଶ୍ୱାସଙ୍କୁ ‘ବରେନ୍ଦ୍ର କୃଷ୍ଣ ଧଳ ସ୍ମାରକୀ ସମ୍ମାନ’, ଢେଙ୍କାନାଳସ୍ଥିତ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାସ୍‌ କମ୍ୟୁନିକେଶନର ଛାତ୍ର ଆଲୋକ ଚନ୍ଦ୍ର ବାରିକଙ୍କୁ ‘ଦିଲୀପ ଶତପଥୀ ସ୍ମାରକୀ ସମ୍ମାନ’, କଟକ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଛାତ୍ରୀ ବିଦୁଶୀ ରୟଙ୍କୁ ‘ରାମହରି ମିଶ୍ର ସ୍ମାରକୀ ସମ୍ମାନ’ରେ ସମ୍ମାନିତ କରାଯାଇଛି। ଅନ୍ୟପକ୍ଷରେ ୨୭ଜଣ ବରିଷ୍ଠ ସାମ୍ବାଦିକଙ୍କୁ ପେନସନ ପ୍ରଦାନ ପାଇଁ କଲ୍ୟାଣ ବୋର୍ଡ ପକ୍ଷରୁ ନିଷ୍ପତ୍ତି ହୋଇଛି। ସିଏସ୍‌ଆର କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାରର ବରିଷ୍ଠ ଅଧିକାରୀ ସଞ୍ଜୟ ସାହୁଙ୍କୁ ସମ୍ମାନିତ କରାଯାଇଛି।
କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ‘ରିପୋର୍ଟିଂ-ଇଣ୍ଟରପ୍ରିଟେଶନ: ଏ ଜର୍ନି’ ଶୀର୍ଷକ ଆଲୋଚନାଚକ୍ରରେ ଯୋଗଦେଇଥିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଖବରଦାତାମାନେ ସମୟର ସଦୁପଯୋଗ, କଲମର ସଦ୍‌ବ୍ୟବହାର ଏବଂ ବିବେକକୁ ଉପଯୋଗ କରି କର୍ତ୍ତବ୍ୟନିଷ୍ଠ ଭାବେ ନିଜ ବୃତ୍ତିରେ ଆଗେଇଯିବାକୁ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ଆହ୍ବାନ ଦେଇଥିଲେ। ରାଜ୍ୟ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଶ୍ରମ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ପ୍ରେସ୍‌ ଦିବସର ତାତ୍ପର୍ଯ୍ୟ ବର୍ଣ୍ଣନା କରିଥିଲେ। ଅପରାହ୍ନ ଆଲୋଚନାଚକ୍ରରେ ସମାଜର ସଂଯୋଜକ ସୁରେଶ ମନ୍ତ୍ରୀ, ଆକାଶବାଣୀର ପୂର୍ବତନ ରାଜ୍ୟ ଖବରଦାତା ସୁଧାଂଶୁ ଶେଖର ଧଡ଼ା, ଉତ୍କଳ ସାମ୍ବାଦିକ ସଂଘର ସଭାପତି ବିଭୂତି କର, ବରିଷ୍ଠ ସାମ୍ବାଦିକ ଭାଗବତ ତ୍ରିପାଠୀ, ରମେଶ ମହାନ୍ତି, ଦିଲୀପ ବିଶୋୟୀ, ଗୁରୁକଲ୍ୟାଣ ମହାପାତ୍ର, ସନ୍ତୋଷ ପାଣ୍ଡେ, ଅଶୋକ ପଣ୍ଡା, ଅମିତ୍‌ କଲେଜର ନିର୍ଦ୍ଦେଶକ ତ୍ରିଦେବ ନାରାୟଣ ମହାନ୍ତି, ପ୍ରଫେସର ଦୁର୍ଗାଶଙ୍କର ସେନାପତି ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏହି ଅଧିବେଶନରେ ସଭାପତିତ୍ୱ କରି ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡା ଖବରଦାତାମାନଙ୍କୁ ନିଜର ମର୍ଯ୍ୟାଦା ଭିତରେ ରହିବା ପାଇଁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri