Posted inରାଜ୍ୟ

‘ଗଣତନ୍ତ୍ରକୁ ସୁଦୃଢ଼ କରିଛି ଖବରଦାତାଙ୍କ ନିରପେକ୍ଷତା’

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଖବରଦାତାମାନେ ଗଣତନ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିଛନ୍ତି। ସେମାନଙ୍କର ଆଲୋଚନା, ସମାଲୋଚନା ଏବଂ ନିନ୍ଦା ରାଜନୀତି ପାଇଁ ଆଶାବାଡ଼ି ସଦୃଶ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶନିବାର ସୂଚନାଭବନଠାରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ଆନୁକୂଲ୍ୟରେ ଜାତୀୟ ସାମ୍ବାଦିକ ଦିବସ ପାଳନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର କହିଥିଲେ, ଖବରଦାତାମାନେ ନିରପେକ୍ଷ, ନିର୍ଭୀକ ଏବଂ ଦୁର୍ମୂଲ୍ୟ ମତ ଉପସ୍ଥାପନ ଜାରି ରଖିଥିବାରୁ ଆଜି ଗଣତନ୍ତ୍ର ସୁଦୃଢ ହୋଇପାରିଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସାହାରା ନ୍ୟୁଜ୍‌ର ମୁଖ୍ୟ ଉପେନ୍ଦ୍ର ରାୟ, ସମାଜର ପ୍ରକାଶକ ନିରଞ୍ଜନ ରଥ ଯୁବ ଖବରଦାତାମାନଙ୍କୁ ବରିଷ୍ଠଙ୍କ ଆଦର୍ଶରେ ଉଦ୍‌ବୁଦ୍ଧ ହେବା ପାଇଁ ଆହ୍ବାନ ଦେଇଥିଲେ। ଏହି ଅବସରରେ ବରିଷ୍ଠ ସାମ୍ବାଦିକ ସାରଦା ପ୍ରସନ୍ନ ନନ୍ଦଙ୍କୁ ’ଉତ୍କଳ ସାମ୍ବାଦିକ ରତ୍ନ’ ସମ୍ମାନ ଏବଂ ଜାତୀୟସ୍ତରରେ ଉପେନ୍ଦ୍ର ରୟ, ପ୍ରଶାନ୍ତ ଏମ୍‌. ଆକେରେ, ମହମ୍ମଦ ଆଲାମ ଆଜାମ ଅଲ୍ଲୀ ମନ୍‌ସୁରୀ, ନରେନ୍ଦ୍ର ବି. ଆହିରି, ବିନୋଦ ପୋଦାର, ଭୀମ୍‌ ଶର୍ମା, ବ୍ରିଜେଶ ସିଂ, ରାଣା ଘୋଷଙ୍କୁ ‘ରାଷ୍ଟ୍ରୀୟ ସାମ୍ବାଦିକ ଗୌରବ’ରେ ସମ୍ମାନିତ କରାଯାଇଛି। ସେହିପରି ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରୀ ପଦ୍ମାବତୀ କୁଣ୍ଡୁଙ୍କୁ ‘ରବି ନାରାୟଣ ମହାନ୍ତି ସ୍ମାରକୀ ସମ୍ମାନ’, ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରୀ କବିତା କୁମାରୀ ଦାଶଙ୍କୁ ‘ଗୋପାଳ ମିଶ୍ର ସ୍ମାରକୀ ସମ୍ମାନ’ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଛାତ୍ରୀ ସୋହିନୀ ବିଶ୍ୱାସଙ୍କୁ ‘ବରେନ୍ଦ୍ର କୃଷ୍ଣ ଧଳ ସ୍ମାରକୀ ସମ୍ମାନ’, ଢେଙ୍କାନାଳସ୍ଥିତ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାସ୍‌ କମ୍ୟୁନିକେଶନର ଛାତ୍ର ଆଲୋକ ଚନ୍ଦ୍ର ବାରିକଙ୍କୁ ‘ଦିଲୀପ ଶତପଥୀ ସ୍ମାରକୀ ସମ୍ମାନ’, କଟକ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଛାତ୍ରୀ ବିଦୁଶୀ ରୟଙ୍କୁ ‘ରାମହରି ମିଶ୍ର ସ୍ମାରକୀ ସମ୍ମାନ’ରେ ସମ୍ମାନିତ କରାଯାଇଛି। ଅନ୍ୟପକ୍ଷରେ ୨୭ଜଣ ବରିଷ୍ଠ ସାମ୍ବାଦିକଙ୍କୁ ପେନସନ ପ୍ରଦାନ ପାଇଁ କଲ୍ୟାଣ ବୋର୍ଡ ପକ୍ଷରୁ ନିଷ୍ପତ୍ତି ହୋଇଛି। ସିଏସ୍‌ଆର କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାରର ବରିଷ୍ଠ ଅଧିକାରୀ ସଞ୍ଜୟ ସାହୁଙ୍କୁ ସମ୍ମାନିତ କରାଯାଇଛି।
କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ‘ରିପୋର୍ଟିଂ-ଇଣ୍ଟରପ୍ରିଟେଶନ: ଏ ଜର୍ନି’ ଶୀର୍ଷକ ଆଲୋଚନାଚକ୍ରରେ ଯୋଗଦେଇଥିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଖବରଦାତାମାନେ ସମୟର ସଦୁପଯୋଗ, କଲମର ସଦ୍‌ବ୍ୟବହାର ଏବଂ ବିବେକକୁ ଉପଯୋଗ କରି କର୍ତ୍ତବ୍ୟନିଷ୍ଠ ଭାବେ ନିଜ ବୃତ୍ତିରେ ଆଗେଇଯିବାକୁ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ଆହ୍ବାନ ଦେଇଥିଲେ। ରାଜ୍ୟ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଶ୍ରମ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ପ୍ରେସ୍‌ ଦିବସର ତାତ୍ପର୍ଯ୍ୟ ବର୍ଣ୍ଣନା କରିଥିଲେ। ଅପରାହ୍ନ ଆଲୋଚନାଚକ୍ରରେ ସମାଜର ସଂଯୋଜକ ସୁରେଶ ମନ୍ତ୍ରୀ, ଆକାଶବାଣୀର ପୂର୍ବତନ ରାଜ୍ୟ ଖବରଦାତା ସୁଧାଂଶୁ ଶେଖର ଧଡ଼ା, ଉତ୍କଳ ସାମ୍ବାଦିକ ସଂଘର ସଭାପତି ବିଭୂତି କର, ବରିଷ୍ଠ ସାମ୍ବାଦିକ ଭାଗବତ ତ୍ରିପାଠୀ, ରମେଶ ମହାନ୍ତି, ଦିଲୀପ ବିଶୋୟୀ, ଗୁରୁକଲ୍ୟାଣ ମହାପାତ୍ର, ସନ୍ତୋଷ ପାଣ୍ଡେ, ଅଶୋକ ପଣ୍ଡା, ଅମିତ୍‌ କଲେଜର ନିର୍ଦ୍ଦେଶକ ତ୍ରିଦେବ ନାରାୟଣ ମହାନ୍ତି, ପ୍ରଫେସର ଦୁର୍ଗାଶଙ୍କର ସେନାପତି ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏହି ଅଧିବେଶନରେ ସଭାପତିତ୍ୱ କରି ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡା ଖବରଦାତାମାନଙ୍କୁ ନିଜର ମର୍ଯ୍ୟାଦା ଭିତରେ ରହିବା ପାଇଁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri