ଗଣତନ୍ତ୍ରରେ ଜନତା ହିଁ ପ୍ରକୃତ ମାଲିକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ସାଧାରଣ ଜନତା ନିଜକୁ ସଶକ୍ତ ମନେକରିବା ଉଚିତ। ସାଧାରଣ ଜନତା ହିଁ ଗଣତନ୍ତ୍ରରେ ମାଲିକ ଏକଥା ସେମାନେ ସବୁବେଳେ ଅନୁଭବ କରିବା ଉଚିତ। ଜନତା ପ୍ରକୃତ ଗଣତାନ୍ତ୍ରିକ ପରିବେଶରେ ରହୁଥିବା ଅନୁଭବ କରିବା ଆବଶ୍ୟକ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କହିଛନ୍ତି। ଲୋକସେବା ଭବନରେ ୫ ଗୁରୁତ୍ୱପୂର୍ଣ୍ଣ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ, ପର୍ଯ୍ୟଟନ, କ୍ରୀଡା ଓ ଯୁବସେବା ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅଧୀନକୁ ଆସିଛି। ଏହି ସମସ୍ତ ବିଭାଗ ପୂର୍ବାପେକ୍ଷା ଅଧିକ ପରିବର୍ଦ୍ଧିତ ହୋଇ କାର୍ଯ୍ୟକରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ୧୨ ବିଭାଗ ମୋ ସରକାର ଅଧୀନକୁ ଆସି ସାରିଲାଣି। ଏହି କାର୍ଯ୍ୟକ୍ରମ ଜରିଆରେ ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ସିଧାସଳଖ ଟେଲିଫୋନରେ କଥାହୋଇ ପ୍ରତିକ୍ରିୟା ସଂଗ୍ରହ କରିଥିବା ସୂଚନା ଦେଇଥିଲେ। କୌଣସି ଅଭିଯୋଗ ପାଇବା ପରେ ଦୃଢ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି। ଜନସାଧାରଣଙ୍କଠାରୁ ଫିଡ୍‌ବ୍ୟାକ୍‌ ସଂଗ୍ରହ ହିଁ ‘ମୋ ସରକାର’ କାର୍ଯ୍ୟକ୍ରମର ମୁଖ୍ୟ ବୈଶିଷ୍ଟ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ‘ମୋ ସରକାର’ କାର୍ଯ୍ୟକ୍ରମର ସୁଫଳ ପାଇଁ ଅଧିକାରୀମାନଙ୍କ ପ୍ରଶିକ୍ଷଣ ଏବଂ କର୍ମଶାଳାର ଗୁରୁତ୍ୱ ରହିଛି। ଏହାକୁ ପରିଚାଳନା ସମୟରେ ସୂଚନା, ଶିକ୍ଷା ଏବଂ ଯୋଗାଯୋଗର ଆବଶ୍ୟକତା ରହିଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ମନ୍ତ୍ରୀ, ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri