ଗଣବଳାତ୍କାର ମାମଲା: ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ଫୁଲବାଣୀ ଅଫିସ, ୧୯ା୯-କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳରେ ୨୦୧୫ରେ ହୋଇଥିବା ଏକ ଗଣବଳାତ୍କାର ମାମଲାର ରାୟ ବୁଧବାର ପ୍ରକାଶ ପାଇଛି ା ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସମରବିଳାସ ବେହେରା ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବା ପାଇଁ ରାୟରେ ଉଲ୍ଲେଖ ରହିଛି। ଅଭିଯୁକ୍ତ ଜଣକ ହେଲେ ଖଜୁରିପଡା ଥାନା କୁକୁର୍‌କୁମ୍ପାର ଦଶରଥ ସେଠୀ ଓରଫ ବୁଲୁ ।
ଖଜୁରିପଡ଼ା ଥାନା ଅଞ୍ଚଳର ନାବାଳିକା ଜଣଙ୍କ ୨୦୧୫ ମସିହା ଅଗଷ୍ଟ ୨୯ ତାରିଖ ରାତି ପ୍ରାୟ ୧୧ଟାରେ ଘର ପାଖ ପଡ଼ିଆକୁ ଶୌଚ ହେବାକୁ ଯାଇଥିଲେ ା ଫେରିବା ବେଳେ ପଡ଼ିଆ ପାଖ ଏକ ଗଛ ମୂଳରେ ଠିଆ ହୋଇଥିବା ଦଶରଥ ଓ ତାଙ୍କ ସହଯୋଗୀ ନାବାଳିକାଙ୍କ ପାଟିକୁ ବନ୍ଦ କରି ତଣ୍ଟି ଚିପି କିଛି ଦୂର ନେଇ ଯାଇଥିଲେ। ଏକ ଗଛ ମୂଳକୁ ନେଇ ସେଠାରେ ଦଶରଥ ନାବାଳିକାଙ୍କୁ ବଳାତ୍କାର କରିଥିବା ବେଳେ ସହଯୋଗୀ ଜଣକ ତାଙ୍କୁ ସହଯୋଗ କରିଥିଲେ ା ଘଟଣା ବିଷୟରେ ଅନ୍ୟ କାହାରିକୁ କହିଲେ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ଏପଟେ ଝିଅ ନ ଫେରିବାରୁ ମା’ ଏବଂ ଭଉଣୀ ପଡିଆ ଆଡ଼େ ଖୋଜିବାକୁ ଯାଉଥିବା ବେଳେ ଅଭିଯୁକ୍ତଦ୍ୱୟ ଫେରାର ହୋଇଯାଇଥିଲେ ା ନାବାଳିକା ଅସୁସ୍ଥ ଥିବାରୁ ସେ ଘଟଣାର ୨ ଦିନ ପରେ ଅର୍ଥାତ୍‌ ୩୧ ତାରିଖରେ ଥାନାରେ ଏତଲା ଦେଇଥିଲେ। ପୋଲିସ ଏ ନେଇ ନଂ.୯୫/୧୫ରେ ମାମଲା ରୁଜୁ କରି ଦଶରଥଙ୍କୁ ଗିରଫ କରିଥିଲା ା ଅନ୍ୟ ଅଭିଯୁକ୍ତ ଜଣକ ଏବେ ବି ଫେରାର ଅଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ କୁମାର ପ୍ରହରାଜ ମାମଲା ପରିଚାଳନା କରୁଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri