ଗଣମାଧ୍ୟମ ଉପରେ ପ୍ରତିବନ୍ଧକ ଲଗାଇପାରିବୁ ନାହିଁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୪ା୪: ଦିଲ୍ଲୀର ନିଜାମୁଦ୍ଦିନ ମରକଜ୍‌ରେ ଆୟୋଜିତ ତବଲିଘି ଜମାତ୍‌କୁ କରୋନା ସଂକ୍ରମଣ ସହ ଯୋଡ଼ି ସାମ୍ପ୍ରଦାୟିକୀକରଣ କରିଥିବା ଗଣମାଧ୍ୟମ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ହୋଇଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ପ୍ରଧାନ ବିଚାରପତି ଏସ୍‌. ଏ. ବୋବ୍‌ଡେ କହିଛନ୍ତି, ଆମେ ଗଣମାଧ୍ୟମ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ କୌଣସି ନିର୍ଦ୍ଦେଶ ଦେବୁ ନାହିଁ। ପ୍ରଧାନ ବିଚାରପତି ବୋବ୍‌ଡେ, ଜଷ୍ଟିସ ଏଲ୍‌.ଏନ୍‌. ରାଓ ଏବଂ ଜଷ୍ଟିସ ଏମ୍‌.ଏମ୍‌. ଶାନ୍ତନାଗୋଦାରଙ୍କ ଖଣ୍ଡପୀଠ ଏଭଳି ଖବରଗୁଡ଼ିକ ଉପରେ ଦୀର୍ଘକାଳୀନ ପଦକ୍ଷେପ ନିଆଯାଇପାରେ କହି ମାମଲାକୁ ୨ ସପ୍ତାହ ପାଇଁ ସ୍ଥଗିତ ରଖିଛନ୍ତି। ଏହି ମାମଲାରେ ପ୍ରେସ୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆକୁ ପକ୍ଷଭୁକ୍ତ କରାଯିବା ଉଚିତ ବୋଲି ଖଣ୍ଡପୀଠ କହିଛନ୍ତି। ଜମାୟତ ଉଲେମା-ଇ-ହିନ୍ଦ୍‌ ପକ୍ଷରୁ ସର୍ବୋଚ୍ଚ ଅଦାଲତରେ ଉପରୋକ୍ତ ଆବେଦନ କରାଯାଇଥିଲା। ସେହିପରି କୋଭିଡ୍‌-୧୯ ରୋଗୀଙ୍କ ନାମ ପ୍ରକାଶ କରି ସଂଖ୍ୟାଲଘୁ ସମ୍ପ୍ରଦାୟ ବିରୋଧରେ ହିଂସା ସୃଷ୍ଟି କରାଯାଉଛି ବୋଲି ଦର୍ଶାଇ ଆଉ ଦୁଇଟି ପିଟିଶନ ଡି. ଜେ. ହାଲି ଫେଡେରେଶନ ଅଫ୍‌ ମସ୍‌ଜିଦ, ମଦାରିସ୍‌ ଏବଂ ଅବଦୁଲ କୁଦ୍ଦୁସ୍‌ ଲାକର ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିଲା। ଏହି ୨ ଆବେଦନର ମଧ୍ୟ ଶୁଣାଣି ହୋଇଛି। ଆବେଦନକାରୀଙ୍କ ପକ୍ଷରୁ ଆଡ୍‌ଭୋକେଟ ଅଦିଲ ଅହମ୍ମଦ କହିଥିଲେ ଯେ, କରୋନା ରୋଗୀଙ୍କ ନାମ ସାର୍ବଜନୀନ ହେବା ପରେ କର୍ନାଟକରେ ହିଂସା ଘଟିଛି। ଗଣମାଧ୍ୟମ କରୋନା ରୋଗୀଙ୍କ ନାମ ଓ ଠିକଣା ପ୍ରକାଶ କରିବା ଆଇନ ବିରୁଦ୍ଧ। କୋର୍ଟ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି ଅହମ୍ମଦ ଯୁକ୍ତି ବାଢ଼ିଥିଲେ। ଏନେଇ ଖଣ୍ଡପୀଠ କହିଥିଲେ ଯେ, ଆବେଦନକାରୀଙ୍କ ନିବେଦନ ହତ୍ୟା ଓ ମାନହାନି ସମ୍ପର୍କିତ ହୋଇଥିଲେ ତାହାର ପ୍ରତିକାର ଅନ୍ୟତ୍ର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri