ଗଣମାଧ୍ୟମ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ

କେନ୍ଦ୍ରାପଡା ଅଫିସ, ୩।୩: ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଜାଗ୍ରତ ପ୍ରହରୀ। ଗ୍ରାମାଞ୍ଚଳରେ କାର୍ଯ୍ୟରତ ଖବରଦାତାମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାର ପ୍ରଚାର ପ୍ରସାର କରି ଲୋକଙ୍କ ନିକଟରେ ପହଞ୍ଚାଇଥାନ୍ତି। ଯୋଜନାର ତ୍ରୁଟି ବିଚ୍ୟୁତିକୁ ପ୍ରକାଶ କରି ପ୍ରଶାସନକୁ ସଜାଗ ଓ ପାରଦର୍ଶୀ କରାଇଥାନ୍ତି ବୋଲି କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ ଭୁବନେଶ୍ୱରସ୍ଥ ପ୍ରେସ୍‌ ଇନ୍‌ଫରମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଡିଆରଡିଏ ହଲରେ ସୋମବାର ଅନୁଷ୍ଠିତ କର୍ମଶାଳାରେ ଓଡ଼ିଶା ପ୍ରାନ୍ତର ଅତିରିକ୍ତ ମହାନିର୍ଦ୍ଦେଶକ ଶୈଳେଶ କୁମାର ମାଲବ୍ୟ ମତବ୍ୟକ୍ତ କରିଛନ୍ତି। ଅତିରିକ୍ତ ମହାନିର୍ଦ୍ଦେଶକ ମାଲବ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ଏଡିଏମ୍‌ ବସନ୍ତ କୁମାର ରାଉତ ଯୋଗଦେଇ କହିଥିଲେ ଯେ, ପ୍ରଶାସନ ଓ ଗଣମାଧ୍ୟମର ସହଯୋଗ ଦ୍ୱାରା ଯୋଜନାର ସଫଳ ରୂପାୟନ ହୋଇଥାଏ। ରିସୋର୍ସ ପର୍ଶନ ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଏସ୍‌ଡିଓ ବିଜୟ କୁମାର କର ସ୍ବଚ୍ଛ ଭାରତ ସମ୍ପର୍କରେ ଆଲୋକପାତ କରିଥିଲେ। କୃଷି ଅଧିକାରୀ ମନୋଜ କୁମାର ମହାନ୍ତି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ସ୍ବାସ୍ଥ୍ୟକାର୍ଡ, ନିମ ଯୁକ୍ତ ୟୁରିଆ ଯୋଗାଣ, ପିଏମ୍‌ କିଶାନ ଯୋଜନା ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିଲେ। ଓରମାସର କାର୍ଯ୍ୟନିର୍ବାହୀ ଅଧିକାରୀ ଆଶିଷ କୁମାର ରାଉଳ ସ୍କିଲ୍‌ ଇଣ୍ଡିଆ ଓ ପ୍ରଧାନମନ୍ତ୍ରୀ ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ବିକାଶ ସମ୍ପର୍କରେ ଆଲୋକପାତ କରିଥିଲେ। ସେହିପରି ଓଏଲଏମ ଜିଲା ପ୍ରକଳ୍ପ ପରିଚାଳିକା ସତ୍ୟଭାମା ପ୍ରଧାନ ଜାତୀୟ ଗ୍ରାମୀଣ ଜୀବିକା ମିଶନ ଓ ମହିଳା ସଶକ୍ତୀକରଣ ସମ୍ପର୍କରେ ସୂଚନା ଦେଇଥିଲେ। ପିଆଇବି ଗଣ ଯୋଗାଯୋଗ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ କର୍ମଶାଳାର ଉଦ୍ଦେଶ୍ୟ ସମ୍ପର୍କରେ ସମ୍ୟକ୍‌ ସୂଚନା ସହିତ ପ୍ରାରମ୍ଭରେ ଡିଜିଟାଲ ଇଣ୍ଡିଆ, ଉଜ୍ୱଳା ଆଦି କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ମତ ରଖିଥିଲେ। କର୍ମଶାଳାରେ ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକ ଚନ୍ଦ୍ରକାନ୍ତ ନାୟକ, ପରିକ୍ଷିତ ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଖବରଦାତାଙ୍କ ସହିତ ମତ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri