ଗଣମାଧ୍ୟମ ନିରବଚ୍ଛିନ୍ନ ଖବର ପ୍ରକାଶ କରିବାକୁ ରାଜ୍ୟକୁ ପରାମର୍ଶ ଦେଲା କେନ୍ଦ୍ର

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯)ର କରାଳ ପ୍ରକୋପ ସମଗ୍ର ବିଶ୍ୱକୁ ଗ୍ରାସ କରିସାରିଲାଣି। ଭାରତରେ ମଧ୍ୟ ଧୀରେ ଧୀରେ ଏହା ଭୟଙ୍କର ପରିସ୍ଥିତିକୁ ଗତି କରୁଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହି ମହାମାରୀର ମୁକାବିଲା କରିବା ପାଇଁ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଉଛନ୍ତି। ଏ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରୁଥିବା ଗଣମାଧ୍ୟମ ପ୍ରିଣ୍ଟ ଓ ଇଲେକ୍‌ଟ୍ରୋନିକ୍‌ ମିଡିଆ ଯେପରି ନିୟମିତ ଭାବେ ବିନା ବାଧାରେ ଖବର ପ୍ରସାରଣ କରିବେ ତାହା ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି। ଏଥିରେ କୁହାଯାଇଛି ଯେ, ଏହି ବିଷମ ପରିସ୍ଥିତିରେ ସୂଚନା ପ୍ରଦାନରେ ସହାୟତା କରୁଥିବା ସଂସ୍ଥା ପ୍ରିଣ୍ଟିଂ ପ୍ରେସ୍‌, ନ୍ୟୁଜ୍‌ ପେପର ଏଜେନ୍ସି, ସମସ୍ତ ଟିଭି ଚ୍ୟାନେଲ ଏବଂ ଏହାକୁ ସହାୟତା କରୁଥିବା ଟେଲି ରିପୋର୍ଟ, ଡିଟିଏଚ୍‌, ଏଫ୍‌ଏମ୍‌ ରେଡିଓ, କେବୁଲ ଅପରେଟର, କମ୍ୟୁନିଟିି ରେଡିଓ ଷ୍ଟେଶନ, ଡିଜିଟାଲ ସାଟେଲାଇଟ ନ୍ୟୁଜ୍‌ଗୁଡିକ ଯେପରି ନିର୍ଭୁଲ୍‌ ଖବର ପ୍ରସାରଣ କରିବେ ସେ ଦିଗରେ ପଦକ୍ଷେପ ନେବା ପାଇଁ କୁହାଯାଇଛି। କୌଣସି ପ୍ରକାର ଭୁଲ୍‌ ଓ ମନଗଢ଼ା ଖବର ଯେପରି ପ୍ରକାଶ ନ ହୁଏ ସେଥିପ୍ରତି ଦୃଷ୍ଟିଦେବା ପାଇଁ ରାଜ୍ୟ ସରକାରଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri