‘ଗଣମାଧ୍ୟମ ସମ୍ମୁଖରେ ଅନେକ ଆହ୍ବାନ’

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସାମାଜିକ ବ୍ୟବସ୍ଥାରେ ଗଣମାଧ୍ୟମର ସ୍ବତନ୍ତ୍ର ଭୂମିକା ରହିଛି। ସାମ୍ପ୍ରତିକ ପରିସ୍ଥିତିରେ ଗଣମାଧ୍ୟମ ସମ୍ମୁଖରେ ଅନେକ ଆହ୍ବାନ ରହିଛି। କେତେକ କ୍ଷେତ୍ରରେ ସ୍ବାଧୀନ ମତକୁ ସହନଶୀଳତାର ସହ ନିଆଯାଉନାହିଁ। ବରିଷ୍ଠ ଗଣମାଧ୍ୟମ ବ୍ୟକ୍ତିତ୍ୱ କରନ୍‌ ଥାପ୍ପର ଖବରକାଗଜ ‘ସମ୍ବାଦ’ର ୩୫ତମ ଜନ୍ମବାର୍ଷିକୀ ସମାରୋହରେ ଏହା କହିଛନ୍ତି।
କରନ୍‌ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ଟିଭିରେ ଖବର ପ୍ରସାରଣ ମନୋରଞ୍ଜନର ମାଧ୍ୟମ ପାଲଟିଛି। ଖବରରେ ସାଧାରଣ ଜନତାଙ୍କ ସମସ୍ୟା ସ୍ଥାନ ପାଉନାହିଁ। ସେହିପରି ନବଭାରତ ଟାଇମ୍ସର ପୂର୍ବତନ ସମ୍ପାଦକ ରାମକ୍ରିପାଲ ସିଂ କହିଥିଲେ ଯେ, କୌଣସି ଖବର ପରିବେଷଣରେ ତଥ୍ୟନିଷ୍ଠତା ଏବଂ ବିଶ୍ୱସନୀୟତା ରହିବା ଜରୁରୀ। ପାଠକ ହିଁ ଖବରକାଗଜର ଭଗବାନ। ବୈଦ୍ୟୁତିକ ଗଣମାଧ୍ୟମ ଯେତେ ଜନାଦୃତ ହେଲେ ବି ମୁଦ୍ରିତ ଗଣମାଧ୍ୟମର ପ୍ରାସଙ୍ଗିକତାକୁ ଗୌଣ କରିପାରିବ ନାହିଁ ବୋଲି ସିଂ ମତ ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ବାଦ ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ଗୌରହରି ଦାସ, ସମ୍ବାଦ ଗ୍ରୁପ୍‌ ଏମ୍‌ଡି ମୋନିକା ନାୟାର ପଟ୍ଟନାୟକ ଏବଂ ସିଇଓ ତନୟା ପଟ୍ଟନାୟକ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri