ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବାଲିଅନ୍ତା ବିଇଓ ଅଫିସ୍‌ ଗସ୍ତ: ଅନୁପସ୍ଥିତ କର୍ମଚାରୀଙ୍କ ଦିନକ ଦରମା ବନ୍ଦ

ଭୁବନେଶ୍ୱର(ବ୍ୟୁରୋ)/ବାଳକାଟୀ(ଡି.ଏନ.ଏ),୧୯।୯: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବାଲିଅନ୍ତା ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ)ଙ୍କ ବାଳକାଟୀସ୍ଥିତ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ଗସ୍ତବେଳେ ୧୦ଟା ୧୫ରୁ ୧୦ଟା ୪୦ ସୁଦ୍ଧା କାର୍ଯ୍ୟାଳୟରେ ଅପେକ୍ଷା କରିଥିଲେ। କିନ୍ତୁ ୧୨ଜଣ କର୍ମଚାରୀ ମଧ୍ୟରୁ ୨ଜଣଙ୍କ ବ୍ୟତୀତ ଅନ୍ୟ କର୍ମଚାରୀଙ୍କ ଦେଖା ନ ଥିଲା। ପରେ ମନ୍ତ୍ରୀ ବିରକ୍ତି ପ୍ରକାଶ କରି ଅନୁପସ୍ଥିତ କର୍ମଚାରୀଙ୍କ ଦିନକର ଦରମା ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍‌ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ମନ୍ତ୍ରୀ ନୂଆପାଟଣା ପ୍ରାଥମିକ ସ୍କୁଲ ଓ ପ୍ରତାପ ଶାସନ ବାଳକ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିଲେ। ପ୍ରଧାନଶିକ୍ଷୟିତ୍ରୀ ଭାରତୀ ରଥଙ୍କ ସହ ଆଲୋଚନା ବେଳେ ସନ୍ତୋଷଜନକ ଉତ୍ତର ନ ମିଳିବାରୁ କାରଣ ଦର୍ଶାଅ ନୋଟିସ ଦେବା ପାଇଁ ବିଇଓ ମିଶ୍ରଙ୍କୁ ମନ୍ତ୍ରୀ ଦାଶ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ଉକ୍ତ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ପାଇଁ ଅଧିକ ଶ୍ରେଣୀଗୃହର ଆବଶ୍ୟକତା ଦୃଷ୍ଟିରୁ ନୂତନ ଶ୍ରେଣୀ ଗୃହ ନିର୍ମାଣ ପାଇଁ ଚିଠି ଲେଖିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଏହାସହ ବନମାଳୀପୁର ହାଇସ୍କୁଲ, ଭାପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସାଜନଗରପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ନୂଆଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ନିଆଳି ହାଇସ୍କୁଲ, କପିଳେଶ୍ବର ବିଦ୍ୟାପୀଠ, କୁରାଙ୍ଗ ଉର୍ଦ୍ଦୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଲକ୍ଷେଶ୍ବର ନୋଡାଲ ହାଇସ୍କୁଲ, କାଚରାମାଳ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମଧ୍ୟ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri