ଗଣିଆ ପଞ୍ଚାୟତ ସମିତିର ୭ମ ଅଧିବେଶନ: ଶିକ୍ଷା, ସ୍ବାସ୍ଥ୍ୟ, କୃଷି ସମସ୍ୟାକୁ ଗୁରୁତ୍ୱ

ଗଣିଆ,୧୮ା୧(ଡି.ଏନ୍‌.ଏ.): ଗଣିଆ ବ୍ଲକ ସଦ୍‌ଭାବନା ଗୃହଠାରେ ଶୁକ୍ରବାର ପଞ୍ଚାୟତ ସମିତିର ୭ମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ବିଡିଓ ମାନସ ରଞ୍ଜନ ସାମଲ, ଏବିଡିଓ ସରୋଜ କୁମାର ନାୟକ, ଜିଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା, ଉପାଧ୍ୟକ୍ଷା ଶାନ୍ତିଲତା ଦାସ, କନ୍ଧମାଳ ଏମ୍‌ପିଙ୍କ ଜିଲା ପ୍ରତିନିଧି ସଦାଶିବ ମିଶ୍ର ଓ ବ୍ଲକ ପ୍ରତିନିଧି ବଳରାମ ମହାନ୍ତି ପ୍ରମୁଖ ମଞ୍ଚାସୀନ ଥିଲେ। ପ୍ରାରମ୍ଭରେ କନ୍ଧମାଳ ଏମ୍‌ପିଙ୍କ ତରଫରୁ ନିଯୁକ୍ତି ପାଇଥିବା ଜିଲା ଓ ବ୍ଲକ ପ୍ରତିନିଧିଙ୍କୁ ବ୍ଲକ ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ରାଜେନ୍ଦ୍ର କୁମାର ବେହେରା ପୂର୍ବ ଅଧିବେଶନର ବିବରଣୀ ପାଠ କରିବା ସହ ଆଲୋଚିତ ପ୍ରସ୍ତାବଗୁଡିକ ଦୃଢୀକରଣ କରାଯାଇଥିଲା। ବୈଠକରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଓ ଭତ୍ତା ବଣ୍ଟନରେ ବିଭିନ୍ନ ସମସ୍ୟାକୁ ଗୁରୁତ୍ୱ ଦିଆଯାଇଥିଲା।
ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଥିବା ୭ ଡାକ୍ତର ମଧ୍ୟରୁ ୨ଜଣ ରହିଥିବାରୁ ଜିଲା ପ୍ରଶାସନ ସହ ଆଲୋଚନା କରି ଡାକ୍ତର ପଦବୀ ପୂରଣ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବା ପାଇଁ ଆଲୋଚନା ହୋଇଥିଲା। ବ୍ଲକର ସୀମାନ୍ତ ବଣଜଙ୍ଗଲ ଘେରା ବଡଶିଲିଙ୍ଗା ପଞ୍ଚାୟତରେ ମ୍ୟାଲେରିଆ ନିରାକରଣକୁ ଦୃଷ୍ଟିରେ ରଖି ୦-୧୪ ବର୍ଷର ଶିଶୁ ଓ ଗର୍ଭବତୀ ମହିଳାମାନେ ମଶାରି ବ୍ୟବହାର କରିବା ନିମନ୍ତେ ଯନତ୍ବାନ କରାଇବା ପାଇଁ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କୁ କୁହାଯାଇଥିଲା। ତେବେ ଗତ ବୈଠକରେ ଅନୁପସ୍ଥିତ ଥିବା ନେଇ ନୋଟିସ୍‌ ହୋଇଥିବାରୁ ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ନିଜର କାରଣ ଦର୍ଶାଇଥିଲେ। ବ୍ଲକର ୬୩ ବିଦ୍ୟାଳୟ ମଧ୍ୟରୁ ୨୨ଟି ଗ୍ରୀନ, ୩୧ଟି ୟେଲୋ ଏବଂ ଡୁଇସିଂ, ବାଙ୍କଝରୀ, ମହନାପଦା, ଆଡକଟା ପୀତାବଳି ୟୁପି ସ୍କୁଲ, ତଅଁଳା ନୂଆଗାଁ ସ୍କୁଲ ଓ ମହୁକଣ ବିଦ୍ୟାଳୟକୁ ରେଡ୍‌ ମାନଦଣ୍ଡ ମଧ୍ୟରେ ଗଣନା କରାଯାଇଥିବା ବ୍ଲକ ଶିକ୍ଷାଧିକାରୀ ପ୍ରକାଶ କରିଥିଲେ। ରେଡ୍‌ ମାନଦଣ୍ଡ ମଧ୍ୟରେ ଥିବା ଏହି ବିଦ୍ୟାଳୟଗୁଡିକର ଉନ୍ନତି ନିମନ୍ତେ ସ୍ଥାନୀୟ ଲୋକ ପ୍ରତିନିଧିମାନେ ଧ୍ୟାନ ଦେବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏଥିସହ ୧୦୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଥିବା ସ୍କୁଲଗୁଡିକରେ ମଧ୍ୟାହ୍ନଭୋଜନ ଦାୟିତ୍ୱ ସ୍ଥାନୀୟ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ଦିଆଯିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବ୍ଲକରେ କୃଷି ବିଭାଗର କାର୍ଯ୍ୟକ୍ରମ ଓ କାଳିଆ ଯୋଜନା ସମ୍ପର୍କରେ ସଠିକ୍‌ ତଥ୍ୟ ନ ଥିବାରୁ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ବ୍ଲକରେ କାର୍ଯ୍ୟ କରୁଥିବା କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଟି ଗଣିଆଠାରୁ ୩କିଲୋମିଟର ଦୂରରେ ରହିଥିବାରୁ ଚାଷୀମାନଙ୍କର ସୁବିଧାକୁ ଦୃଷ୍ଟିରେ ରଖି ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ହେଲ୍ପ ଡେକ୍ସ ଖୋଲାଯିବା ସହ ଜଣେ କୃଷି ଅଧିକାରୀ ମାସକୁ ନିର୍ଦ୍ଧାରିତ ୪ଦିନ ଉପସ୍ଥିତ ରହି କାର୍ଯ୍ୟ କରିବା ପାଇଁ ବ୍ଲକ ଅଧ୍ୟକ୍ଷ ପ୍ରସ୍ତାବ ଦେଇଥିଲେ। ପରିଶେଷରେ ବିଭିନ୍ନ ଯୋଜନାରେ ଉନ୍ନତିମୂଳକ କାର୍ଯ୍ୟ ନିମିତ୍ତ ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଥିଲା। ବୈଠକରେ ବ୍ଲକର ୮ ପଞ୍ଚୟତର ସମସ୍ତ ନିର୍ବାଚିତ ଲୋକପ୍ରତିନିଧି ଓ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ଆମେରିକା ସହିତ ସମସ୍ତ ଚୁକ୍ତିନାମା ବାତିଲ ଘୋଷଣା କରିଛି ଇରାନ, କହିଛି MOUର ଅଧ୍ୟାୟ ଏବେ ସମ୍ପୂର୍ଣ୍ଣ ବନ୍ଦ

ତେହରାନ,୧୯।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତି ଚୁକ୍ତିନାମା ଶନିବାର ସମ୍ପୂର୍ଣ୍ଣ ଭାବରେ ବାତିଲ ହୋଇଗଲା। ପାକିସ୍ତାନ ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏହି ଚୁକ୍ତିନାମା – ଇସଲାମାବାଦ…

‘ଡୋନାଲ୍ଡ ଟ୍ରମ୍ପ ଜଣେ ମହାନ ଶୈତାନ,’ ମୋଜତାବା ଖାମେନେଇ କହିଲେ – ‘ତାଙ୍କ ଦସ୍ତଖତ ସମ୍ପୂର୍ଣ୍ଣ ମୂଲ୍ୟହୀନ’

ତେହରାନ,୧୯।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ମୋଜତାବା ଖାମେନେଇ ଶନିବାର ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବଡ଼ ଆକ୍ରମଣ ଆରମ୍ଭ କରି ତାଙ୍କୁ ‘ମହାନ ଶୈତାନ’ ବୋଲି ଆଖ୍ୟା…

ପାକିସ୍ତାନର ପୋଲ୍‌ ଖୋଲିଲେ ନିଆଜି! ଅପରେଶନ ସିନ୍ଦୂରକୁ ନେଇ ବଡ଼ଦାବି କଲେଣି ଇମ୍ରାନଙ୍କ ଭଉଣୀ

ଇସଲାମାବାଦ,୧୯।୭: ‘ଅପରେଶନ ସିନ୍ଦୂର’ ସମୟରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତୀୟ କ୍ଷେପଣାସ୍ତ୍ର ସାମ୍ନାରେ ପାକିସ୍ତାନୀ ସେନା ଆତ୍ମସମର୍ପଣ କରିବାକୁ ବସିଥିଲା। ଏହି ପରିପ୍ରେକ୍ଷୀରେ, ପୂର୍ବତନ ପାକିସ୍ତାନୀ…

ଇରାନ ଆମେରିକା ସହିତ ପୁଣିଥରେ ଯୁଦ୍ଧ ଆରମ୍ଭ କରିବାରୁ କ୍ଷୁବ୍ଧ ହେଲା ପାକିସ୍ତାନ, ବିଶେଷଜ୍ଞ କହିଲେ -‘ଏହା ଶକ୍ତି ନୁହେଁ ବରଂ…’

ଇସଲାମାବାଦ,୧୯।୭: ଆମେରିକା ସହିତ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ଇସଲାମାବାଦ ବୁଝାମଣାପତ୍ର ଅନୁଯାୟୀ ସମସ୍ତ ଦାୟିତ୍ୱକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛି। ପାକିସ୍ତାନ ମଧ୍ୟ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri