Posted inଜାତୀୟ

ଗଣେଶ ଭକ୍ତଙ୍କୁ ଚାଲାଣ ଡର

ଗାନ୍ଧୀନଗର,୧୨।୯: ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ଲାଗୁ ହୋଇଥିବା ନୂଆ ମୋଟରଯାନ ନିୟମ ଏବେ ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। କାରଣ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ ଦେବାକୁ ପଡ଼ୁଛି ମୋଟା ଅଙ୍କର ଜରିମାନା। ଏହି ପରିପ୍ରେକ୍ଷୀରେ ଗୁଜରାଟ ସୁରଟ ସହରର ଗଣେଶ ପୂଜାର ଏକ ପେଣ୍ଡାଲରୁ ଏଭଳି ଏକ ଚିତ୍ର ସାମ୍ନାକୁ ଆସିଛି। ଯାହାକୁ ଦେଖିଲେ ଭାବିବେ ଏହା ଟ୍ରାଫିକ ନିୟମ ପ୍ରତି ସଚେତନତା ନା ନୂଆ ନିୟମର ଡର। ଉକ୍ତ ସହରର ଏକ ପେଣ୍ଡାଲରେ ଭକ୍ତମାନେ ହେଲ୍‌ମେଟ ପିନ୍ଧି ଭଗବାନ ଗଣେଶଙ୍କୁ ଦର୍ଶନ କରି ଆଳତୀ କରୁଥିବା ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ, ସୁରଟର ବେସୁ ଅଞ୍ଚଳ ନିକଟରେ ଥିବା ନନ୍ଦିନୀ-୧ରେ ଅନ୍ୟ ପେଣ୍ଡାଲମାନଙ୍କ ଭଳି ଭଗବାନ ଗଣେଶଙ୍କୁ ବିଦାୟ ଦେବା ପାଇଁ ଆଳତୀର ଆୟୋଜନ କରାଯାଇଥିଲା। ଏଠାରେ ଅତ୍ୟଧିକ ଭକ୍ତ ହେଲ୍‌ମେଟ ପିନ୍ଧି ପହଞ୍ଚିଥିଲେ। ତେବେ ସେଠାରେ ଏକ ମହିଳା ହେଲ୍‌ମେଟ ପିନ୍ଧି ଠାକୁରଙ୍କ ଆଳତୀ କରିଥିଲେ। ଏହାଦ୍ୱାରା ସେ ଲୋକଙ୍କୁ ହେଲ୍‌ମେଟ ପିନ୍ଧିବା ନେଇ ସଚେତନତା କରାଉଛନ୍ତି। ସରକାର ଟ୍ରାଫିକ ନିୟମରେ ଯେଉଁ ପରିବର୍ତ୍ତନ ଆଣିଛନ୍ତି ତାହା ଲୋକଙ୍କ ସୁରକ୍ଷା ପାଇଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri