ଗଣ୍ଡଗୋଳ ପାଇଁ ଲୋୟର ସୁକ୍‌ତେଲ ୧୯ ବର୍ଷ ପରେ ଅଧା ରହିଛି: ବଲାଙ୍ଗୀରରେ ଚଳିତବର୍ଷ ୧୫ଶହ ଗଭୀର ନଳକୂପ ଖୋଳାଯିବ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ବଲାଙ୍ଗୀର ଜିଲାକୁ ଜଳସେଚନ ସୁବିଧା ମିଳୁ ନାହିଁ। ରାଜ୍ୟ ସରକାର ସବୁ ବ୍ଲକକୁ ୩୫ ପ୍ରତିଶତ ଜଳସେଚନ ସୁବିଧା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ହେଲେ ବଲାଙ୍ଗୀର ଜିଲାର ଅନେକ ବ୍ଲକରେ ୧ ପ୍ରତିଶତ ଜଳସେଚନ ମଧ୍ୟ ହୋଇ ନାହିଁ। ଲୋୟର ସୁକ୍‌ତେଲ ପ୍ରକଳ୍ପ ଦୀର୍ଘ ବର୍ଷ ହେବ ଶେଷ ହୋଇପାରୁ ନାହିଁ। ଏହି ଜିଲାର କେଉଁ ବ୍ଲକକୁ କେତେ ଜଳସେଚନ କରାଯାଇଛି, ସେ ନେଇ ସରକାର ଜବାବ ଦିଅନ୍ତୁ ବୋଲି କଂଗ୍ରେସ ସଭ୍ୟ ସନ୍ତୋଷ ସିଂ ସାଲୁଜା ପଚାରିଥିଲେ। ଭାଜପା ସଭ୍ୟ ମୋହନ ଚରଣ ମାଝି ରାଜ୍ୟର କେତୋଟି ନିଅଣ୍ଟିଆ ବ୍ଲକକୁ ୩୫ ପ୍ରତିଶତ ଜଳସେଚନ ଯୋଗାଇ ଦିଆଯାଇଛି ବୋଲି ପଚାରିଥିଲେ। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି କୋରାପୁଟ ଜିଲା ମୁନିଗୁଡ଼ା ବ୍ଲକର ୫/୭ଟି ବ୍ଲକକୁ ପାଣିଯାଉନି। ମେଗା ଲିଫ୍ଟ ପଏଣ୍ଟ କରି ଜଳସେଚନ ସୁବିଧା ହେବ କି ବୋଲି ପଚାରିଥିଲେ। ଭାଜପା ସଭ୍ୟ ମୁକେଶ ମାହାଲିଙ୍ଗ ଲୋୟର ସୁକ୍‌ତେଲ ପ୍ରୋଜେକ୍ଟ କେବେ ଶେଷ ହେବ ଓ ଏଥିରେ କେତେ ଜମିକୁ ଜଳସେଚନ ଯୋଗାଇ ଦିଆଯିବ ବୋଲି ପଚାରିଥିଲେ। ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଅନୁପସ୍ଥିତିରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଥିଲେ ଯେ, ୨୦୦୯ ମାର୍ଚ୍ଚ ଶେଷ ସୁଦ୍ଧା ୨୮.୬୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ଦିଆଯାଇଥିଲା। ୨୦୦୯ ଏପ୍ରିଲରୁ ୨୦୧୯ ମାର୍ଚ୍ଚ ମଧ୍ୟରେ ୧୩.୨୦ ଲକ୍ଷ ହେକ୍ଟର ଜମିିକୁ ଜଳସେଚନ ସୁବିଧା ଦିଆଯାଇଛି। ୨୦୧୯ ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ମୋଟ ୪୧.୮୯ ଲକ୍ଷ ହେକ୍ଟର ଚାଷଜମିରେ ଜଳସେଚନ ସୁବିଧା କରାଯାଇଛି। ତେବେ ରାଜ୍ୟର ବିଭିନ୍ନ ଜିଲାରେ ୧୫ଟି ବୃହତ୍‌ ଓ ମଧ୍ୟମ ଜଳସେଚନ ପ୍ରକଳ୍ପ ୨୩ଟି କ୍ଷୁଦ୍ର, ୧୭ଟି ବୃହତ୍‌ ଉଠାଜଳସେଚନ, ୮୩୨ଟି ଆଡ଼ିବନ୍ଧ ଏବଂ ୧୪୫୦ଟି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି। ଆହୁରି ୧୫ଟି ନୂତନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଚଳିତବର୍ଷ ଆରମ୍ଭ କରାଯିବ। ଏହାଛଡ଼ା ରାଜ୍ୟରେ ୨୦ ହଜାର ଗଭୀର ନଳକୂଳ ଓ ୬୦୦ ଅଗଭୀର ନଳକୂପ ନିର୍ମାଣ କରାଯିବ। ବଲାଙ୍ଗୀର ଜିଲାରେ ମୋଟ ୩.୪୬ ଲକ୍ଷ ହେକ୍ଟର ଚାଷଜମିରେ ୨୦୧୯ ମାର୍ଚ୍ଚ ଶେଷ ସୁଦ୍ଧା ୧.୭୩ ଲକ୍ଷ ହେକ୍ଟର ଚାଷଜମିକୁ ଜଳସେଚନ ଯୋଗାଇ ଦିଆଯାଇଛି। ଏହି ଜିଲାରେ ଏ ପର୍ଯ୍ୟନ୍ତ ୩୩. ୭୪ ପ୍ରତିଶତ ଜଳସେଚନ ସୁବିଧା କରାଯାଇଛି। ୩୫ ପ୍ରତିଶତ କରିବା ପାଇଁ ଲୋୟକ ସୁକ୍‌ତେଲ, ଲୋୟର ଇନ୍ଦ୍ର, ୩୯ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଏବଂ ୩୭ଟି ଆଡିବନ୍ଧ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଚଳିତବର୍ଷ ୧୫ ଶହ ଗଭୀର ନଳକୂପ ଖୋଳାଯିବ। ଲୋୟକ ସୁକ୍‌ତେଲ ପ୍ରକଳ୍ପ ସ୍ଥାନୀୟ ଲୋକଙ୍କ ଗଣ୍ଡଗୋଳ ଯୋଗୁ ଶେଷ ହୋଇପାରୁନି। ଲୋଇସିଙ୍ଗା ବିଧାୟକ ସହଯୋଗ କଲେ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri