Posted inଜାତୀୟ

ଗତ ୬ ବର୍ଷ ଧରି ଲୋକଙ୍କୁ ଭୂଆଁ ବୁଲାଇଛନ୍ତି ମୋଦି: ମନମୋହନ

ନୂଆଦିଲ୍ଲୀ,୧୪।୧୨: ଗତ ୬ ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଲୋକଙ୍କୁ ଭୂଆଁ ବୁଲାଇଛନ୍ତି। ଭାରତ ବଚାଓ ରାଲିରେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଶନିବାର ଏଭଳି କହିଛନ୍ତି। ସେ କୌଣସି ଗୋଟିଏ ମଧ୍ୟ ପ୍ରତିଶ୍ରୁତି ମଧ୍ୟ ପୂରଣ କରିବାକୁ ସଫଳ ହୋଇ ନ ଥିବା ମନମୋହନ ଅଭିଯୋଗ କରିଛନ୍ତି। ଯୁବବର୍ଗ ତଥା ଚାଷୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଣିର ଗାର ସାବ୍ୟସ୍ତ ହୋଇଥିବା ସେ କହିଛନ୍ତି। ୨୦୨୪ ସୁଦ୍ଧା ଦେଶ ୫ ଟ୍ରିଲିୟନ୍‌ ଅର୍ଥ ବ୍ୟବସ୍ଥାରେ ପରିଣତ ହେବ ବୋଲି ମୋଦି କହିଥିଲେ। ସେହିପରି ପ୍ରତିବର୍ଷ ୨ କୋଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ଉପରେ ଗୁରୁତ୍ୱାରୋପ କରିଥିଲେ। ତେବେ ଏବେ ତାହା ଦିବା ସ୍ବପ୍ନ ପାଲଟିଛି ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri