ଗତବନ୍ୟାରେ ଘର ଭାଙ୍ଗିଥିଲା, ସହାୟତା ମିଳିନି

ଦେଓଗାଁ,୧୯ା୬(ଡି.ଏନ.ଏ.)
ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ଆରଆଇ ସର୍କଲ ଅନ୍ତର୍ଗତ ଖଲିଆପାଲିର ମନ୍ଦାର ମଲ୍ଲିକ(୪୬)। ଗତବନ୍ୟାରେ ତାଙ୍କ ମାଟିଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା। ସେହିଦିନଠାରୁ ପ୍ରାୟ ୧୦ମାସ ହେଲା ତିନି ପିଲାଙ୍କୁ ଧରି ମନ୍ଦାର ସେହି ଘରେ ରହୁଛନ୍ତି। ୨ବର୍ଷ ତଳେ ତାଙ୍କ ସ୍ବାମୀ ମଙ୍ଗଳୁ ମଲ୍ଲିକଙ୍କ ମୃତ୍ୟୁ ପରେ ୩ ସନ୍ତାନ ରମାକାନ୍ତ(୧୮), କାନ୍ତି(୧୭) ଓ ଜୟକାନ୍ତ(୧୫)ଙ୍କୁ ଦୁଃଖକଷ୍ଟରେ ପ୍ରତିପୋଷଣ କରୁଥିବା ମନ୍ଦାର ଘର ମରାମତି କରିବା ଅବସ୍ଥାରେ ନାହାନ୍ତି। ଏନେଇ ସେ ରାମଚନ୍ଦ୍ରପୁର ଆରଆଇଙ୍କ ଦ୍ୱାରସ୍ଥ ହୋଇଥିଲେ। ରାଜସ୍ବ ବିଭାଗ ତରଫରୁ ଅଧିକାରୀମାନେ ତଦନ୍ତ କରିବାକୁ ଯାଇଥିଲେ ସୁଦ୍ଧା ହେଁ ଅଦ୍ୟାବଧି କୌଣସି ସରକାରୀ ସୁବିଧା ମିଳି ନ ଥିବା କହିଛନ୍ତି ା ଏବେ ବର୍ଷା ଆରମ୍ଭ ହୋଇ ଯାଇଥିବାରୁ ପଡୋଶୀ ଓ ଗଁାର ଯୁବଗୋଷ୍ଠୀ ଭଙ୍ଗାଘର ଉପରେ ଖପର ଦେଇ ଯାଇତାଇ ମରାମତି କରିଦେଇଛନ୍ତି। ହେଲେ ବର୍ଷା ସମୟରେ ତାହା ତିଷ୍ଠି ରହିବ କି ନାହିଁ ସନ୍ଦେହ ରହିଛି। ତେବେ ଘର ପାଇଁ ସହାୟତା ଯୋଗାଇ ଦେବାକୁ ଆବେଦନ କରିବା ପରେ ରାମଚନ୍ଦ୍ରପୁର ସର୍କଲର ଜନୈକ କର୍ମଚାରୀ ଟଙ୍କା ଦେଲେ କରାଇ ଦେବା କହୁଥିବା ଅଭିଯୋଗ କରିଛନ୍ତି ମନ୍ଦାର ା ଏ ସମ୍ପର୍କରେ ତହସିଲଦାର ସୋନାଲି ପାତ୍ରଙ୍କୁ ପଚାରିବାରୁ ଆରଆଇଙ୍କଠାରୁ ବୁଝିଲା ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri