ଗତବର୍ଷ ତୁଳନାରେ ଏ ବର୍ଷ ବଢ଼ିଛି ୪୭ ପ୍ରତିଶତ ଅଧିକ ଧାନ ସଂଗ୍ରହ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଥିବା ବେଳେ ଚାଷୀଙ୍କଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଇଛି। ଗତବର୍ଷ ଅପେକ୍ଷା ଏଥର ୪୭ ପ୍ରତିଶତ ଅଧିକ ଧାନ ସଂଗ୍ରହ ହୋଇପାରିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ମନ୍ତ୍ରୀ ସ୍ବାଇଁ କହିଛନ୍ତି, ଏବେସୁଦ୍ଧା ରାଜ୍ୟର ୧୭ ଜିଲାରେ ୫୨,୦୨୧ ଚାଷୀଙ୍କଠାରୁ ସମୁଦାୟ ୪ଲକ୍ଷ ୩୦ହଜାର ୩୦୦ ଟନ ଧାନ ସଂଗ୍ରହ ହୋଇଛି। ଗତବର୍ଷ ଏହି ତାରିଖରେ ୨ଲକ୍ଷ ୯୩ ହଜାର ୪୮୯ ଟନ ଧାନ ସଂଗ୍ରହ ହୋଇଥିଲା। ୬୨୭ ଧାନ ସଂଗ୍ରହ କେନ୍ଦ୍ରରେ ଧାନ କିଣିବା କାର୍ଯ୍ୟ ଆରମ୍ଭ ହୋଇଛି। ପି-ପାସ୍‌ ଏବଂ ଆଗୁଆ ଟୋକନ୍‌ ଜରିଆରେ ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯାଇଛି। ରବିଧାନ ବିକ୍ରି ନିମନ୍ତେ ମୋଟ ୨ଲକ୍ଷ ୫୮ହଜାର ୧୧୭ ଚାଷୀ ନାମ ପଞ୍ଜୀକରଣ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ୨ଲକ୍ଷ ୨୭ ହଜାର ୧୨୨ ଜଣ ଚାଷୀଙ୍କ ନାମ ପଞ୍ଜୀକରଣ ତଥ୍ୟକୁ ଯାଞ୍ଚ କରାଯାଇଛି। ଗତବର୍ଷ ତୁଳନାରେ ଚଳିତ ରବିଧାନ ସଂଗ୍ରହ ନିମନ୍ତେ ୨୦ ପ୍ରତିଶତ ଅଧିକ ଚାଷୀ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ଅଧିକ ଧାନ ସଂଗ୍ରହ ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବରଗଡ଼ରେ ୨ଲକ୍ଷ ୨୮ ହଜାର ୩୦୨ ଟନ୍‌ ଧାନ ସଂଗ୍ରହ ହୋଇଥିବା ବେଳେ ସୁବର୍ଣ୍ଣପୁର ଜିଲାରୁ ୫୪ ହଜାର ୯୧୬ ଟନ୍‌, ସମ୍ବଲପୁରରୁ ୫୦ହଜାର ୮୩୯ଟନ୍‌, କଳାହାଣ୍ଡିରେ ୩୧ହଜାର ୯୩୩ ଟନ୍‌, ନୂଆପଡ଼ାରେ ୧୬ହଜାର ୨୪୮ଟନ୍‌ ଏବଂ ପୁରୀ ଜିଲାରୁ ୧୧ହଜାର ୯୮୯ଟନ୍‌ ଧାନ ସଂଗ୍ରହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri