ଗଦାପୁର ସ୍ବାସ୍ଥ୍ୟକର୍ମୀଙ୍କ ନାମରେ ଜିଲାପାଳଙ୍କୁ ଅଭିଯୋଗ: ଏଡିଏମ୍‌, ଇନ୍‌ଚାର୍ଜଙ୍କ ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ କଳ୍ପନା ଘଡ଼େଇ ସ୍ଥାନୀୟ ଆଶାକର୍ମୀଙ୍କୁ ଖରାପ ବ୍ୟବହାର କରିବା ସହ ସ୍ଥାନୀୟ ସରପଞ୍ଚଙ୍କ ପରାମର୍ଶକୁ ବେଖାତିର କରୁଥିବା ନେଇ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗ ପରେ ଜିଲାପାଳ ଡ.ବୃନ୍ଦା ଡିଙ୍କ ନିର୍ଦ୍ଦେଶକ୍ରମେ ତଦନ୍ତ ଲାଗି ଫୁଲବାଣୀରୁ ଏଡିଏମ୍‌ଓ ପ୍ରସନ୍ନ କୁମାର ତ୍ରିପାଠୀ, ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜୟପାଲ ସେନାପତି ଏବଂ ଡାକ୍ତର ବଂଶୀଧର ପାତ୍ର ପ୍ରମୁଖ ଗଦାପୁରରେ ପହଞ୍ଚି ତଦନ୍ତ କରିଛନ୍ତି । ଏ ନେଇ ଜିଲାପାଳଙ୍କୁ ରିପୋର୍ଟ ଦିଆଯିବ ବୋଲି ଡାକ୍ତର ଜୟପାଲ କହିଛନ୍ତି ।
ଅଭିଯୋଗ ଅନୁଯାୟୀ, ଆଶାକର୍ମୀମାନେ କୌଣସି ମହିଳାଙ୍କ ପ୍ରସବ କରାଇବାକୁ ଡାକିଲେ ସ୍ବାସ୍ଥ୍ୟକର୍ମୀ ଗାଡ଼ି କରି ମୋତେ ନିଅ ବୋଲି କହିବା ସହ ବିଭିନ୍ନ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରୁଛନ୍ତି । ସେହିପରି ଜନଜାତି ବହୁଳ ଗ୍ରାମଗୁଡ଼ିକୁ ଚିକିତ୍ସା ପାଇଁ କିମ୍ବା ଟିକାକରଣ କରିବା ସମୟରେ ତାଙ୍କୁ ଜାତିଆଣ ଆକ୍ଷେପ କରିବା ସହ ସେମାନଙ୍କୁ ଛୁଇଁବାକୁ ମନା କରୁଥିବା ଅଭିଯୋଗ ହୋଇଛି । ଜରୁରିକାଳୀନ ପରିସ୍ଥିତିରେ ଲୋକେ ଓଷଧ ପାଇଁ ଆସିଲେ ମହିଳା ସ୍ବାସ୍ଥ୍ୟକର୍ମୀ ଜଣକ ମନା କରିବା ସହ ଲୋକଙ୍କୁ ଗାଳିଗୁଲଜ କରୁଥିବା ମଧ୍ୟ ଅଞ୍ଚଳବାସୀ ଜିଲା ପ୍ରଶାସନକୁ ଜଣାଇଛନ୍ତି । ୧୩ ଦଫା ଅଭିଯୋଗପତ୍ରରେ ଶୀଘ୍ର ତଦନ୍ତ କରାଯାଇ ସ୍ବାସ୍ଥ୍ୟକର୍ମୀଙ୍କୁ ଅନ୍ୟତ୍ର ବଦଳି ପାଇଁ ମଧ୍ୟ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri