ଗବେଷଣାରେ ସହଯୋଗ ଲାଗି ବୁଝାମଣାପତ୍ର; ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ଜ୍ଞାନ ଓ ଦକ୍ଷତା ବୃଦ୍ଧିରେ ସହାୟକ ହେବ, ସୃଷ୍ଟି ହେବ ନୂଆ ଅଧ୍ୟାୟ

ବାଲେଶ୍ୱର ଅଫିସ, ୧୭।୧୧-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ଏବଂ ଦିଲ୍ଲୀସ୍ଥିତ କଳିଙ୍ଗ ଆନ୍ତର୍ଜାତୀୟ ପ୍ରତିଷ୍ଠାନ ମଧ୍ୟରେ ଶିକ୍ଷା, ସଂସ୍କୃତି ଏବଂ ଗବେଷଣାସ୍ତରରେ ସହଯୋଗ ବୃଦ୍ଧି ପାଇଁ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଉକ୍ତ ପ୍ରତିଷ୍ଠାନର ଅଧ୍ୟକ୍ଷ ବିଶିଷ୍ଟ କୁଟନୀତିଜ୍ଞ ତଥା ଭାରତର ପ୍ରାକ୍ତନ ବୈଦେଶିକ ସଚିବ ଲଳିତ ମାନସିଂ ଯୋଗଦେଇ ଭାରତର ବୈଦେଶିକ ନୀତି ଏବଂ ଓଡ଼ିଶା ପ୍ରତି ତା’ର ଉପାଦେୟତା ତଥା ପ୍ରାସଙ୍ଗିକତା ଉପରେ ଏକ ବାର୍ତ୍ତାଳାପର ଶୁଭାରମ୍ଭ କରିଥିଲେ। ଦେଶର ସ୍ବାଧୀନତା ପରଠୁ ଭାରତର ବୈଦେଶିକ ନୀତି କିପରି ବିଭିନ୍ନ ପର୍ଯ୍ୟାୟ ମଧ୍ୟରେ ଗତି କରି ବର୍ତ୍ତମାନର ଅବସ୍ଥାରେ ପହଞ୍ଚତ୍ଛି ତାହା ଉପରେ ଆଲୋକପାତ କରିଥିଲେ। କଳିଙ୍ଗ ଯଦିଓ ଖ୍ରୀଷ୍ଟପୂର୍ବ ପଞ୍ଚମ ଶତାବ୍ଦୀରୁ ଆନ୍ତର୍ଜାତୀୟ ବାଣିଜ୍ୟ ଓ ସଂସ୍କୃତି ବିନିମୟର ପ୍ରମୁଖ କେନ୍ଦ୍ର ଥିଲା ମାତ୍ର ତାହା କ୍ରମଶଃ ଅବକ୍ଷୟ ହୋଇ ଭାରତର ବୈଦେଶିକ ନୀତିରେ ଏକ ଗୁରୁତ୍ୱହୀନ ସ୍ଥାନ ପାଇଛି ବୋଲି କହି ସେ କ୍ଷୋଭ ପ୍ରକାଶ କରିଥିଲେ। ସାମ୍ପ୍ରତିକ ସ୍ଥିତିରେ ଓଡ଼ିଶା ଅନେକ କ୍ଷେତ୍ରରେ ଗୁରୁତ୍ୱ ପାଇବା ସହ ଉପକୃତ ହେବା ପାଇଁ ଯୋଗ୍ୟ ଏବଂ ସମର୍ଥ ବୋଲି ସେ କହିଥିଲେ। ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ମଧୁମିତା ଦାସ ସ୍ବାକ୍ଷରିତ ହୋଇଥିବା ବୁଝାମଣାପତ୍ର ଓଡ଼ିଶାର ଗବେଷଣା କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ଆଶାବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମର ସଂଯୋଜକ ପ୍ରଫେସର ଅନୀଲ କୁମାର ମହାପାତ୍ର କହିଥିଲେ, ଏହି ବୁଝାମଣାପତ୍ର ସ୍ବାକ୍ଷରିତ ହେବା ପରେ ଉଭୟ ଅନୁଷ୍ଠାନ ମଧ୍ୟରେ ଭାବବିନିମୟ ବଢିବା ସହ ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ଜ୍ଞାନ ଓ ଦକ୍ଷତା ବୃଦ୍ଧିରେ ଏହା ସହାୟକ ହୋଇପାରିବ। ବିଶ୍ୱବିଦ୍ୟାଳୟ ସ୍ତରରେ ହେଉଥିବା ଗବେଷଣାର ମାନ ମଧ୍ୟ ବଢିପାରିବ।
ସ୍ନାତକୋତ୍ତର ବିଭାଗ ପରିଷଦର ଅଧ୍ୟକ୍ଷ ପ୍ରଫେସର ସଚ୍ଚିଦାନନ୍ଦ ଦେହୁରୀ ପ୍ରାରମ୍ଭିକ ସୂଚନା ଦେବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। କୁଳସଚିବ ଅମର ସିଂ ସୋରେନ୍‌ ବିଶ୍ୱବିଦ୍ୟାଳୟ ତରଫରୁ ଉକ୍ତ ବୁଝାମଣା ପତ୍ରରେ ସ୍ବାକ୍ଷର କରିଥିଲେ। କାର୍ଯ୍ୟକ୍ରମର ସଂଯୋଜକ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ସହକାରୀ ପ୍ରଫେସର ସିପ୍ରା ସାଗରିକା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶତାଧିକ ଛାତ୍ରୀଛାତ୍ର ଏଥିରେ ଭାଗନେଇ ଅନେକ ପ୍ରଶ୍ନ ପଚାରିଥିଲେ। ମାନସିଂ ଏହାର ଉତ୍ତର ପ୍ରାଞ୍ଜଳ ଭାବେ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri