ଗରମରେ ସିଝୁଛି ଓଡ଼ିଶା: ୧୫ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ସମଗ୍ର ରାଜ୍ୟ ଗରମ ଓ ଗୁଳୁଗୁଳିରେ ସିଝୁଛି। ସତେ ଯେପରି ଆକାଶରୁ ଅଗ୍ନି ବର୍ଷୁଛି। ପ୍ରଚଣ୍ଡ ଗ୍ରୀଷ୍ମ ପରିବେଶକୁ ଉତ୍ତପ୍ତ କରି ଦେଇଛି। ମଣିଷଠାରୁ ଆରମ୍ଭ କରି ପଶୁପକ୍ଷୀ ତ୍ରାହି ତ୍ରାହି ଡାକୁଛନ୍ତି। ଖରା ତାତି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଥିବା ବେଳେ ସକାଳ ୯ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି। ହାତ, ମୁହଁ ଜଳି ପୋଡ଼ି ଯାଉଛି। ପଶ୍ଚିମ, ଆଭ୍ୟନ୍ତରୀଣ ଏବଂ ଉପକୂଳ ପ୍ରଚଣ୍ଡ ଗ୍ରୀଷ୍ମରୁ ବର୍ତ୍ତିପାରି ନାହିଁ। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ଉପର ମୁହଁା ହୋଇଥିବା ବେଳେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ଗୁଳୁଗୁଳିରେ ଅଣନିଃଶ୍ୱାସୀ ହୋଇପଡ଼ିଛି। ଦକ୍ଷିଣ ପଶ୍ଚିମ ମୌସୁମୀ କେରଳ ଛୁଇଁଥିଲେ ମଧ୍ୟ ଓଡ଼ିଶାକୁ କେବେ ଆସିବ, ସେ ନେଇ ଏ ପର୍ଯ୍ୟନ୍ତ ଚିତ୍ର ସ୍ପଷ୍ଟ ହୋଇନାହିଁ। ଆସନ୍ତା ୧୫ ତାରିଖ ଯାଏ ଏଭଳି ପ୍ରଚଣ୍ଡ ଗରମରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଅନ୍ୟପକ୍ଷରେ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଏ ପର୍ଯ୍ୟନ୍ତ ହୋଇ ନ ଥିବାରୁ ପରିବେଶ ଉତ୍ତପ୍ତ ହୋଇ ରହିଛି। କଁା ଭଁା କାଳବୈଶାଖୀ ବର୍ଷା ହେଉଥିଲେ ମଧ୍ୟ ତାତି ରୋକିବାରେ ସହାୟକ ହେଉ ନାହିଁ।
ମଙ୍ଗଳବାର ରାଜ୍ୟର ୧୩ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହିଥିବା ବେଳେ ୪ ସହରରେ ତାପମାତ୍ରା ୪୪ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସମ୍ବଲପୁରରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ୪୫ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ହୀରାକୁଦ ୪୪.୪, ଝାରସୁଗୁଡ଼ା ୪୪.୨, ସୋନପୁର ୪୪, ଟିଟିଲାଗଡ଼ ୪୩.୪, ତାଳଚେର ୪୨.୫, ବଲାଙ୍ଗୀର ୪୧.୮, ଅନୁଗୋଳ ୪୧.୭, ସୁନ୍ଦରଗଡ଼ ୪୧, ଭବାନୀପାଟଣା ୪୦.୬, ଭୁବନେଶ୍ୱର ୪୦.୩, ମାଲକାନଗିରି ୪୦.୨ ଏବଂ ଚାନ୍ଦବାଲିରେ ସର୍ବୋଚ୍ଚ ତାପମାତ୍ରା ୪୦ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡି ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଏହି ସମୟରେ କୋରାପୁଟ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri