ଗରା, ବାଲ୍‌ଟି ଧରି ରାସ୍ତା ଅବରୋଧ

ଉଦଳା, ୧।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସିର ୯ନଂ ୱାର୍ଡର ବାସିନ୍ଦା ଜଳକଷ୍ଟର ଶିକାର ହେଉଛନ୍ତି। ପାନୀୟ ଜଳ ଯୋଗାଣ ଲାଗି ଦୀର୍ଘବର୍ଷ ହେଲା ପାଇପ୍‌ ବିଛା ଯାଇଥିଲେ ବି ଲୋକଙ୍କୁ ଜଳ ଯୋଗାଇ ଦିଆଯାଉନାହିଁ ା ପ୍ରଶାସନ ଏହାର କୌଣସି ପ୍ରତିକାର ନ କରିବାରୁ ଉକ୍ତ ଓ୍ବାର୍ଡ ଅଧୀନ ୱାର୍ଡ ମେଣ୍ଢାଖାଇ ଅଞ୍ଚଳରେ ବସବାସ କରୁଥିବା ୨୩ ପରିବାରର ମହିଳାପୁରୁଷ ଶନିବାର ଗରା, ବାଲ୍‌ଟି ଧରି ରାସ୍ତା ଅବରୋଧ ସହ ଆନ୍ଦୋଳନ କରିଥିଲେ। ସେମାନେ ମେଣ୍ଢାଖାଇ ଛକଠାରେ ରାସ୍ତା ଅବରୋଧ କରିବା ଫଳରେ ଉଦଳା-ବରହମ୍‌ପୁର ମଧ୍ୟରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା ା ରାସ୍ତାର ଦୁଇପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଉଦଳା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଜନସାଧାରଣଙ୍କୁ ବୁଝାଶୁଝା କରିଥିଲା ା ଏହାସହିତ ୭ ଦିନ ମଧ୍ୟରେ ସମସ୍ୟାର ସମାଧାନ କରାଯାଇ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ମିଳିବାରୁ ୱାର୍ଡବାସୀ ଆନ୍ଦୋଳନ ପ୍ରତ୍ୟାହୃତ କରିଥିଲେ ା ପ୍ରତିଶ୍ରୁତି ଅନୁଯାୟୀ, ପାନୀୟ ଜଳର ଯୋଗାଣ ନ ହେଲେ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?