ଗରିବ ପଦ୍ମଶ୍ରୀଙ୍କୁ ଆର୍ଥିକ ସହାୟତା

ଭୁବନେଶ୍ୱର, ୯।୭ (ବ୍ୟୁରୋ): ପଦ୍ମଶ୍ରୀ ସମ୍ମାନ ପାଇଥିବା ରାଜ୍ୟର ଗରିବ ବ୍ୟକ୍ତିମାନଙ୍କୁ ମାସିକ ୧୦ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର। ସଂସ୍କୃତି ବିଭାଗର ଏଭଳି ମହତ୍ତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଏହି ସହାୟତା ପାଇଁ ଯୋଗ୍ୟ ବ୍ୟକ୍ତିତ୍ବଙ୍କ ମାନଦଣ୍ଡ ନିର୍ଦ୍ଧାରଣ କରିବାକୁ ମଧ୍ୟ କୁହାଯାଇଛି। ସୂଚନାଯୋଗ୍ୟ, କିଛିଦିନ ତଳେ ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ଦୈତାରୀ ନାୟକଙ୍କ ବିଷୟରେ ଗଣମାଧ୍ୟମରେ ଏକ ଖବର ପ୍ରକାଶ ପାଇଥିଲା। ତାଙ୍କର ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ସହାୟତା ଲାଗି ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶାର ସମସ୍ତ ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ବ୍ୟକ୍ତିତ୍ବଙ୍କ ସମ୍ବନ୍ଧରେ ତଥ୍ୟ ସଂଗ୍ରହ କରାଯାଇଥିଲା। ଜିଲାପାଳମାନଙ୍କଠାରୁ ପ୍ରାପ୍ତ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ୮୪ଜଣ ବ୍ୟକ୍ତି ପଦ୍ମଶ୍ରୀ ସମ୍ମାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣଙ୍କର ଦେହାନ୍ତ ହୋଇସାରିଛି। ଅବଶିଷ୍ଟ ଯେଉଁମାନେ କର୍ମମୟ ଜୀବନଯାପନ କରୁଛନ୍ତି, ସେମାନଙ୍କ ମଧ୍ୟରୁ ଅଳ୍ପ କେତେଜଣଙ୍କର ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନୁହେଁ ବୋଲି ଜଣାପଡ଼ିଛି। ଏଭଳି ଆର୍ଥିକ ଦୁରବସ୍ଥାସମ୍ପନ୍ନ ବ୍ୟକ୍ତିତ୍ବମାନଙ୍କର ଦୈନନ୍ଦିନ ଭରଣପୋଷଣ ପାଇଁ ମୁଖ୍ୟମନ୍ତ୍ରୀ ଉପରୋକ୍ତ ନିଷ୍ପତ୍ତି ନେଇଛନ୍ତି। ଖୁବ୍‌ଶୀଘ୍ର ସେମାନଙ୍କୁ ଆର୍ଥିକ ସହାୟତା ଦିଆଯିବ। ଏହାଦ୍ବାରା ଦୈତାରୀ ନାୟକଙ୍କ ପରି ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ବ୍ୟକ୍ତିମାନଙ୍କର ଆର୍ଥିକ ଅବସ୍ଥାରେ ଉନ୍ନତି ଆସିପାରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri