ଗର୍ଭସ୍ଥ ଶିଶୁ ଓ ମା’ଙ୍କ ମୃତ୍ୟୁ ଘଟଣା: ଆମ୍ବୁଲାନ୍ସ ଚାଳକ ନିଲମ୍ବିତ

ବାଙ୍ଗିରିପୋଷି,୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ହାଣଦା ଗ୍ରାମର ଜଣେ ଗର୍ଭବତୀଙ୍କୁ ନେଇ ଡାକ୍ତରଖାନା ଯିବା ବାଟରେ ଆମ୍ବୁଲାନ୍ସରୁ ତେଲ ସରିଯାଇଥିଲା। ଆମ୍ବୁଲାନ୍ସଟି ଅଧାବାଟରେ ଅଟକି ରହିବାରୁ ଗର୍ଭବତୀଙ୍କୁ ଡାକ୍ତରଖାନା ପହଞ୍ଚାଇବାରେ ବିଳମ୍ବ ଘଟିଥିଲା। ଫଳରେ ଗର୍ଭସ୍ଥ ଶିଶୁଙ୍କ ସମେତ ତୁଳସୀ ମୁଣ୍ଡା ନାମ୍ନୀ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଘଟିଥିବା ଏହି ଅଭାବନୀୟ ଘଟଣା ନେଇ ଆମ୍ବୁଲାନ୍ସର ଡ୍ରାଇଭର ହରିହର ନାଏକଙ୍କୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲା ସ୍ବାସ୍ଥ୍ୟ ଅଧିକାରୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଲକ୍ଷ୍ମୀପ୍ରିୟା ପ୍ରଧାନ ଏହି ସୂଚନା ଦେଇ ଘଟଣାର ଅଧିକ ତଦନ୍ତ କରାଯାଉଛି ବୋଲି କହିଛନ୍ତି। ଉଲ୍ଲେଖନୀୟ ଯେ, ଆମ୍ବୁଲାନ୍ସ ସେବାରେ ତ୍ରୁଟି ଯୋଗୁ ଗର୍ଭସ୍ଥ ଶିଶୁ ଓ ମା’ଙ୍କ ମୃତ୍ୟୁ ହେବା ଘଟଣା ସମଗ୍ର ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି। ରବିବାର ମୟୂରଭଞ୍ଜ ଏମ୍‌ପି ବିଶେଶ୍ୱର ଟୁଡୁ ଏବଂ ଜିଲା ଭାଜପା ସଭାପତି ଡା.କୃଷ୍ଣଚନ୍ଦ୍ର ମହାପାତ୍ର ମୃତା ଗର୍ଭବତୀଙ୍କ ସ୍ବାମୀ ଚିତ୍ତରଞ୍ଜନ ମୁଣ୍ଡାଙ୍କ ଘରକୁ ଯାଇ ତାଙ୍କ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ତୁଳସୀଙ୍କ ମୃତ୍ୟୁପରେ ତାଙ୍କର ୨ ବର୍ଷର ପୁଅ ବଡ଼ ହେଲା ପର୍ଯ୍ୟନ୍ତ ତାଙ୍କର ସମସ୍ତ ଖର୍ଚ୍ଚ ସରକାର ବହନ କରନ୍ତୁ ବୋଲି ଏମ୍‌ପି ଟୁଡୁ ଦାବି କରିଥିଲେ।
ଉଲ୍ଲେଖଯୋଗ୍ୟ ଯେ, ଶୁକ୍ରବାର ରାତି ପ୍ରାୟ ୧୧ଟା ବେଳେ ତୁଳସୀ ପ୍ରସବ ବେଦନା ଅନୁଭବ କରିଥିଲେ। ତାଙ୍କ ସ୍ବାମୀ ଗାଡି ବ୍ୟବସ୍ଥା କରି ତୁଳସୀଙ୍କୁ ଗାଁରୁ ଆଣି ବାଙ୍ଗିରିପୋଷି ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସା କରୁଥିବା ଡାକ୍ତର ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ଦର୍ଶାଇ ବାରିପଦା ପିଆରଏମ ମେଡିକାଲ ନେବାକୁ କହିଥିଲେ। ରାତି ପ୍ରାୟ ୧୨ଟା ବେଳେ ତୁଳସୀଙ୍କୁ ବାଙ୍ଗିରିପୋଷି ଡାକ୍ତରଖାନାରେ ଥିବା ଏକ ଆମ୍ବୁଲାନ୍ସରେ ପଠାଯାଇଥିଲା। ଗାଡି ପ୍ରାୟ ୧୭ କି.ମି. ଦୂର ଯିବା ପରେ କାଠଶିର୍ଶୀ ନିକଟରେ ଏହାର ତେଲ ସରିଯାଇଥିଲା। ଫଳରେ ସେମାନେ ସେଠାରେ ପ୍ରାୟ ଦୁଇ ଘଣ୍ଟା ଅଟକି ରହିଥିଲେ। ପରେ ବାରିପଦାରୁ ୧୦୮ ଆମ୍ବୁଲାନ୍ସ ଯାଇ ତୁଳସୀଙ୍କୁ ପିଆର୍‌ଏମ୍‌ ମେଡିକାଲକୁ ଆଣିଥିଲା। ବିଳମ୍ବିତ ରାତିରେ ତୁଳସୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri